ଓଲଟିଲା୨୦ ଜଣକୁ ଧରିଯାଉଥିବା ଅଟୋ

ପାପଡାହାଣ୍ଡି,୩୧।୧(ଡିଏନଏ): ନବରଙ୍ଗପୁର ଜିଲା ପାପଡାହାଣ୍ଡି କୋଷାଗୁମୁଡ଼ା-ସୋରିଷ ପଦର ବୁଲାଣି ରାସ୍ତାରେ ଏକ ଦୁର୍ଘଟଣା ଘଟିଛି। ଏକ ଅଟୋ ଓଲୋଟି ପଡିବାରୁ ତିନି ନାବାଳିକାଙ୍କ ସହ ୧୨ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଜଣେ ନାବାଳିକା ସହ ୩ ଜଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁଯାୟୀ, ତାରାଗାଁ ପଞ୍ଚାୟତ ବୋଦାମୁଣ୍ଡା ଗ୍ରାମର ଜଣେ ଯୁବକଙ୍କ ସହ ପାପଡାହାଣ୍ଡି ବ୍ଲକ ଚେରଚେଟା ପଞ୍ଚାୟତ କଣ୍ଟାସାରୁ ଗ୍ରାମର ଯୁବତୀଙ୍କ ବିବାହ ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। ସୋମବାର ବିବାହ ସରିବା ପରେ ବର ପକ୍ଷର ୨୦ ଜଣକୁ ଧରି ଏକ ଓଟୋ ନଂ.(ଓଡି୧୧କେ ୩୦୫୫ )ଗାଁକୁ ଫେରରୁଥିଲା। ସୋରିଷପଦର ବୁଲାଣି ନିକଟରେ ଅଟୋଟି ଭାରସାମ୍ୟ ହରାଇ ଜମିକୁ ଓଲଟି ପଡିଥିଲା। ଉକ୍ତ ରାସ୍ତାଦେଇ ଫେରୁଥିବା ପଦଲାମ ବିଷୋୟୀ ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଗ୍ରାମବାସୀ ସହାୟତାରେ ସମସ୍ତ ଆହତଙ୍କୁ ଉଦ୍ଧାର କରି ପାପଡାହାଣ୍ଡି ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଆହତ ହୋଇଥିବା ମଙ୍ଗଳ ଦେଇ ମୁଦୁଲି, ମକର ମୁଦୁଲି, ସଦନ ନାୟକ, ଜିତୁ ଯାନୀ, ସାତି ଯାନୀ, ମମତା ଯାନୀ, ଚମ୍ପା ମୁଦୁଲି, ଗୋମତୀ ଯାନୀ, ସ୍ବାଇଁ ମୁଦୁଲି, ବୁଦେଇ ଯାନୀ, ରୋପେଇ ମୁଦୁଲି, ଶ୍ୟାମ ସୁନ୍ଦର ଯାନୀଙ୍କ ପ୍ରାଥମିକ ଚିକିତ୍ସାପରେ ଘରକୁ ପଠାଇ ଦିଆ ଯାଇଛି। ନାବାଳିକା ମମତା ଯାନୀ, ଗୋମତୀ ଯାନୀ ଓ ମଙ୍ଗଳଦେଇ ମୁଦୁଲିଙ୍କ ସ୍ବାସ୍ଥ୍ୟଅବସ୍ଥା ଗୁରୁତର ଥିବା ଯୋଗୁ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri