ସୂଚନା ଓ ଲୋକସଂପର୍କ ବିଭାଗ ଦ୍ବାରା ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ଲୋକକଳା କଳାକାରଙ୍କୁ ପାରିଶ୍ରମିକ ବୃଦ୍ଧି ଘୋଷଣା

ଭୁବନେଶ୍ବର,୮।୭(ଅସମାପିକା ସାହୁ) କଳାକାରଙ୍କୁ ପ୍ରୋତ୍ସାହିତ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ଦ୍ବାରା ଆୟୋଜିତ ସଚେତନତା କାର୍ଯ୍ୟକ୍ରମ ଗୁଡିକରେ କଳାକାରଙ୍କୁ ପ୍ରଦର୍ଶନ ପାଇଁ ପାରିଶ୍ରମିକରେ ବୃଦ୍ଧି ବିଷୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ବିଭିନ୍ନ ଲୋକକଳା ଯଥା ଦାସକାଠିଆ, ପାଲା, ଘୋଡାନାଚ ତଥା ଲୋକନୃତ୍ୟ ଓ ଲୋକସଂଗୀତ ପାଇଁ ପାରିଶ୍ରମିକ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ଲୋକକଳା ପାଇଁ ଗୋଟିଏ ଦିନରେ ୩ ଘଣ୍ଟାରେ ୩ଟି ପ୍ରଦର୍ଶନ କରିବା ପାଇଁ ବର୍ଦ୍ଧିତ ପାରିଶ୍ରମିକ ଘୋଷଣା କରାଯାଇଛି । ଦଳର ମୁଖ୍ୟଙ୍କୁ ଦିନକୁ ୧୦୦୦ ଟଙ୍କା ଓ ଅନ୍ୟ ସଦସ୍ୟଙ୍କୁ ୮୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ଏଥିସହିତ କଳାକାରଙ୍କ ଗମନାଗମନ ଓ ଖାଦ୍ୟ ପାଇଁ ଜଣ ପିଛା ଦୈନିକ ୩୦୦ ଟଙ୍କା ଲେଖାଏଁ ଦିଆଯିବ।
ଏହି ନୂତନ ପାରିଶ୍ରମିକ ଅନୁଯାୟୀ ଦାସକାଠିଆ ପ୍ରଦର୍ଶନ କ୍ଷେତ୍ରରେ ଦୁଇ ଜଣିଆ ଦଳକୁ ଏକକାଳୀନ ୨୪୦୦ ଟଙ୍କା ପ୍ରଦାନ କରାଯିବ। ସେହିପରି ପାଲା ପ୍ରଦର୍ଶନ କ୍ଷେତ୍ରରେ ୬ ଜଣିଆ ଦଳକୁ ଏକକାଳୀନ ୬୮୦୦ ଟଙ୍କା ଦିଆଯିବ। ଘୋଡାନାଚ କ୍ଷେତ୍ରରେ ୮ ଜଣିଆ ଘୋଡାନାଚ ଦଳକୁ ଏକକାଳୀନ ୯୦୦୦ ଟଙ୍କା ଦିଆଯିବ । ସେହିପରି ଲୋକନୃତ୍ୟ ଓ ଲୋକସଂଗୀତ ପାଇଁ ୮ ଜଣିଆ ଦଳକୁ ଏକକାଳୀନ ୯୦୦୦ ଟଙ୍କା ଦିଆଯିବ। ଲୋକକଳାର ସୁରକ୍ଷା ତଥା କଳାକାରମାନଙ୍କୁ ପ୍ରୋତ୍ସାହିତ କରିବା ଦିଗରେ ଏହି ପଦକ୍ଷେପ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri