Posted inଖେଳ

କଟକ, କନ୍ଧମାଳର ସହଜ ବିଜୟ

ଭୁବନେଶ୍ୱର,୭।୫ (ସ୍ପୋଟର୍‌ସ ବ୍ୟୁରୋ): ୬୨ତମ ଜାତୀୟ ପୁରୁଷ ସିନିୟର ଆନ୍ତଃଜିଲା ଫୁଟ୍‌ବଲ ଚାମ୍ପିୟନଶିପ୍‌ ସାହାଣୀ କପ୍‌ର କ୍ୱାର୍ଟରଫାଇନାଲ ଲିଗ୍‌ ପର୍ଯ୍ୟାୟରେ ଶନିବାର ଖେଳାଯାଇଥିବା ଦୁଇଟି ମ୍ୟାଚରେ କଟକ ଓ କନ୍ଧମାଳ ସେମାନଙ୍କ ମ୍ୟାଚରେ ସହଜ ବିଜୟ ହାସଲ କରିଛନ୍ତି। ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ଫୁଟ୍‌ବଲ ଆରେନାଠାରେ ଅନୁଷ୍ଠିତ ମ୍ୟାଚରେ କଟକ ୪-୦ ଗୋଲରେ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ (ଆରଏସ୍‌ପି)କୁ ହରାଇ ଦେଇଛି। ଦଳ ପକ୍ଷରୁ ପ୍ରକାଶ ନାୟକ ହ୍ୟାଟ୍ରିକ୍‌ ଗୋଲ୍‌ (୪୫ତମ, ୬୬ତମ, ୭୩ତମ ମିନିଟ) ସ୍କୋର କରିଥିବା ବେଳେ ଦୀନବନ୍ଧୁ ଦାସ ୩୩ତମ ମିନିଟରେ ଦଳ ପକ୍ଷରୁ ପ୍ରଥମ ଗୋଲ ଦେଇଥିଲେ।
ଶିବଶଙ୍କର ପଣ୍ଡା, ଚନ୍ଦ୍ରକାନ୍ତ ବାରିକ, ଦୁର୍ଗା ମାଧବ ଆଚାର୍ଯ୍ୟ ଓ ଦେବରାଜ ସ୍ବାଇଁ ମ୍ୟାଚ ଅଫିସିଆଲ ଦାୟିତ୍ୱ ତୁଲାଇଥିବା ବେଳେ ଦୁର୍ଗାମାଧବ ନାୟକ ମ୍ୟାଚ କମିଶନର ରହିଥିଲେ। କଟକସ୍ଥିତ ଓଟିଏମ୍‌ ଗ୍ରାଉଣ୍ଡରେ ଖୋର୍ଦ୍ଧା ବିପକ୍ଷରେ କନ୍ଧମାଳ ୩-୦ ଗୋଲ୍‌ରେ ବିଜୟୀ ହୋଇଛି। ଦଳ ପକ୍ଷରୁ ସଞ୍ଜୀବ ଓରାମ (୩୨ତମ ମିନିଟ), ରମେଶ ଓରାମ (୪୦ତମ) ଓ ରାହୁଲ ମୁଖୀ (୭୨ତମ) ଗୋଟିଏ ଲେଖାଏଁ ଗୋଲ ଦେଇଥିଲେ। ଏଥିରେ ଶ୍ରୀକାନ୍ତ ବହିଦାର, ସୁବ୍ରତ ପୁରୋହିତ, ବିପୁଲ ବିଦ୍ୟାଧର ଓ ଶଶିକାନ୍ତ ଦାସିଆ ମ୍ୟାଚ ଅଫିସିଆଲ ଏବଂ ଯୁଗଳ କିଶୋର ଦାସ ମ୍ୟାଚ କମିଶନର ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri