ଅବସାଦ ଦୂର କରିବାର ସହଜ ଉପାୟ

ଅବ୍ୟବସ୍ଥିତ ଜୀବନଶୈଳୀ, ଅଧିକ କାମର ବୋଝ ଆଦି କାରଣରୁ କେତେକ ବ୍ୟକ୍ତି ଅବସାଦ ବା ଡିପ୍ରେସନର ଶିକାର ହୋଇଥାଆନ୍ତି। ତେବେ ଏହାଠାରୁ ନିଜକୁ ଦୂରେଇ ରଖିବାର ଏକ ସରଳ ତଥା ସହଜ ଉପାୟ ରହିଛି। ତାହା ପୁଣି ହାତ ପାଆନ୍ତାରେ। ଯଦି ଜଣେ ବ୍ୟକ୍ତି ସବୁବେଳେ ଉତ୍ତମ ଖାଦ୍ୟ ଖାଆନ୍ତି ତେବେ ସେ ନିଜକୁ କେତେକାଂଶରେ ଅବସାଦଠାରୁ ଦୂରେଇ ରଖିପାରିବେ ବୋଲି ଟୋକିଓ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ ମତ ଦେଇଛନ୍ତି। ସେମାନଙ୍କ ଦ୍ୱାରା ହୋଇଥିବା ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି ଯେ, ଭିଟାମିନ୍‌ଯୁକ୍ତ ଖାଦ୍ୟ ନ ଖାଇଲେ ଜଣେ ଅବସାଦଗ୍ରସ୍ତ ହେବାର ଆଶଙ୍କା ରହିଛି। ପୁଣି ଅବଦାସଗ୍ରସ୍ତତା ଯୋଗୁ କେତେକ ଆବଶ୍ୟକତାଠାରୁ ଅଧିକ ଖାଦ୍ୟ ଖାଇଥାନ୍ତି, ଫଳରେ ପରବର୍ତ୍ତୀ ସମୟରେ ସେମାନେ ମେଦ ବହୁଳତାର ଶିକାର ହୋଇଥାନ୍ତି। ତେଣୁ ଆମେ ପ୍ରତିଦିନ ସନ୍ତୁଳିତ ଓ ଉତ୍ତମ ଖାଦ୍ୟ ଠିକ୍‌ ପରିମାଣରେ ଖାଇବା ନିହାତି ଜରୁରୀ। ପ୍ରତିଦିନ ପ୍ରୋଟିନ୍‌, ଓମେଗା ୩ ଫ୍ୟାଟି ଏସିଡ୍‌ ଏବଂ ଆଣ୍ଟି ଅକ୍ସିଡାଣ୍ଟଯୁକ୍ତ ଖାଦ୍ୟ ଖାଇଲେ ତାହା ଅବସାଦଠାରୁ କେତେକାଂଶରେ ଦୂରେଇ ରଖିଥାଏ ବୋଲି ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସବୁଜ ପନିପରିବା, ପାଳଙ୍ଗ ଶାଗ, ଚିନାବାଦାମ, ଟମାଟୋ, କମଳା ଆଦି ଖାଦ୍ୟ ଶରୀର ପାଇଁ ବେଶ୍‌ ଉପକାରୀ। ଏଭଳି ଖାଦ୍ୟ ତାଲିକାରେ ସାମିଲ କରନ୍ତୁ। ପ୍ରୋଟିନ୍‌ଯୁକ୍ତ ଖାଦ୍ୟ ପ୍ରତିଦିନ ଖାଇବା ଦ୍ୱାରା ଆମ ହାଡ଼ ଓ ମାଂସପେଶୀ ଶକ୍ତ ହେବା ସହ ସ୍ମରଣଶକ୍ତି ବଢ଼ାଇବାରେ ସାହାଯ୍ୟ କରେ।


Enter your email to get our daily news in your inbox.

All Right Reserved By Dharitri.Com

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?