ଗଛରୁ ଡ଼ାଳ ହାଣୁଥିଲେ, ଅସାବଧାନତା ଯୋଗୁ ଖସି ପଡ଼ି ଚାଲିଗଲା…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ ବନମାଳୀ ଗ୍ରାମରେ ବୁଧବାର ସକାଳେ ଗଛରୁ ଖସି ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି।ମୃତକ ଜଣକ ହେଲେ ଗ୍ରାମର ଗଣେଶ ସାହୁ(୬୩)। ଗଣେଶ ଘର ନିକଟରେ ଥିବା ଗଛରୁ ଡ଼ାଳ ହାଣୁୁଥିବା ବେଳେ ଅସାବଧାନତା କାରଣରୁ ଗଛ ଉପରୁ ତଳକୁ ଖସି ପଡ଼ିଥିଲେ। ପରିବାରଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବମୋକେଇ ଗ୍ରାମ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ସ୍ଥାନାନ୍ତର କରାଯାଇଥିଲା।ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା।ଏନେଇ କେ.ନୂଆଗାଁ ଥାନା ରେ ଏତଲା ହେବାପରେ ଆଇଆଇସି ବିଶ୍ୱଜିତ ନାୟକ ଅପମୃତ୍ୟୁ ମାମଲା ନଂ.୨/୨୬ ଅନୁଯାୟୀ ମକଦ୍ଦମା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଏଏସଆଇ ସିଏଚ୍.ତାରକେଶ୍ୱର ରାଓ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ସେଠାରେ ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ଅପରାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri