ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ ହେଲେ ଦିଗପହଣ୍ଡି ମେନ୍‌ ରୋଡ଼ରେ ରହୁଥିବା ସିମାଞ୍ଚଳ ପାଣିଗ୍ରାହୀଙ୍କ ମା’ ସୁମିତ୍ରା ପାଣିଗ୍ରାହୀ(୬୯)। ଭୋର୍‌ ସମୟରେ ଫୁଲ ତୋଳିବା ପାଇଁ ବୃଦ୍ଧାଜଣଙ୍କ ଯାଉଥିବାବେଳେ ବ୍ରହ୍ମପୁରରୁ ଗଜପତି ଜିଲା ଅଡବା ଅଭିମୁଖେ ଯାଉଥିବା ବାଇକ ଚାଳକ ପ୍ରଫୁଲ୍ଲ ମାଝି(୨୧) ଏବଂ ବାଇକ ପଛରେ ବସିଥିବା ମିଟୁ ମାଝି(୧୯) ତାଙ୍କୁ ଦ୍ରୁତଗତିରେ ଆସି ଧକ୍କା ଦେଇ ରାସ୍ତା ଉପରେ ବାଇକ ସହ କଚାଡି ହୋଇ ପଡ଼ିଯାଇଥିଲେ। ସମସ୍ତ ଆହାତଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ବୃଦ୍ଧାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ୨ ଆହାତଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ବୃଦ୍ଧାଙ୍କ ପୁଅ ସିମାଞ୍ଚଳ ଏନେଇ ଏତଲା ଦେବା ପରେ ପୋଲିସ ଏକ ମକଦ୍ଦମା ରୁଜୁ କରିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରରୁ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛନ୍ତି। ପରେ ଘଟଣାସ୍ଥଳରୁ ଦୁର୍ଘଟଣାଗସ୍ତ ବାଇକକୁ ଜବତ କରାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?