ପୁଣି ଘର ଭାଙ୍ଗିଲା ଗୋଠଛଡ଼ା ଦନ୍ତା, ଖାଇଗଲା ଧାନଚାଉଳ

ପାଟଣା,୬ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଉଦୟପୁର ବିଟ୍‌ ଅଞ୍ଚଳ ବରବେଡ଼ା ଗ୍ରାମର ଦୟାନିଧି ନାଏକ ଓ ହଳଦୀ ବଟା ମୁଣ୍ଡା ସାହିର ଦଡେ ମୁଣ୍ଡାଙ୍କ ଖପର ଘର ଭାଙ୍ଗି ଦେଇଛି ଗୋଠଛଡ଼ା ଦନ୍ତା। ଦୟାନିଧି ଓ ଦଡେ ଘରେ ଶୋଇଥିବା ବେଳ ହାତୀ ଘର ଭାଙ୍ଗିଦେଇଥିଲା। ଉଭୟ ଘରୁ ଦୌଡ଼ି ପଳାଇଥିଲେ। ଫଳରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଦନ୍ତା ଘର ଭାଙ୍ଗି ଧାନ ଚାଉଳ ଖାଇଦେଉଛି। ଏହି ଦନ୍ତା ଗୁରୁବାର ସନ୍ଧ୍ୟାରେ ଦ୍ରୌପଦୀ ହୁଡ଼ିରେ ଡେରା ପକାଇଥିବା ସାହାରପଡ଼ା ବନପାଳ ଭୂପତି ସେଠୀ କହିଛନ୍ତି। ଅନ୍ୟପକ୍ଷରେ ୧୮ ଟିକିଆ ବଣୁଆ ହାତୀପଲ ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଞ୍ଚଳରେ ଉପଦ୍ରବ ଜାରି ରଖିଛନ୍ତି। ବୁଧବାର ବିଳମ୍ବିତ ରାତିରେ ହାତୀପଲ ଜୁମେଇଁ, ମଲାରପଦା, ବାଲିତୋଟା, ମୟୂରପଙ୍ଖା ଅଞ୍ଚଳରେ ବ୍ୟପାକ ଧାନ ସହ କଖାରୁଚାଷ ନଷ୍ଟ କରିଛନ୍ତି। ୧୮ ଟିକିଆ ହାତୀପଲ କରଞ୍ଜିଆ ରେଞ୍ଜ ବଡ଼ ଦେଉଳି ଜଙ୍ଗଲରେ ଥିବା ବନବିଭାଗ ସୂଚନା ଦେଇଛି। ମୂଷାଖରୀ କାଶିଆ ଜଙ୍ଗଲରେ ୨ଟି ଗୋଠଛଡ଼ା ହାତୀ ଡେରା ପକାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ପୋଡ଼ାମାରି ବନ ବିଭାଗ ପକ୍ଷରୁ ବିଶ୍ଵ ହସ୍ତୀ ଦିବସ ପାଳିତ: ହାତୀ ସୁରକ୍ଷା ପାଇଁ ସଚେତନତା ସଭା

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ନେଇ ଚନ୍ଦ୍ରଗିରି ରେଞ୍ଜ ପୋଡ଼ାମାରି ବନ ବିଭାଗ ପକ୍ଷରୁ ବିଶ୍ଵ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri