ମର୍ନିଂଓ୍ବାକ୍‌ ବେଳେ ଜଣଙ୍କୁ ଗୋଡ଼େଇ ଗୋଡ଼େଇ ମାରିଲା ହାତୀ

କଣିହାଁ,୨୨ା୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ତାଳଚେର ରେଞ୍ଜ କଣିହାଁ ବ୍ଲକ ହରିହରପୁର ପଞ୍ଚାୟତ ଏକଘରିଆ ଗ୍ରାମ ନିକଟରେ ତାଳଚେର ପାଳଲହଡ଼ା ମୁଖ୍ୟ ରାସ୍ତାରେ ଶୁକ୍ରବାର ମର୍ନିଂ ଓ୍ବାକ୍‌ କରୁଥିବା ସମୟରେ ଗ୍ରାମର ଯୋଗେଶ ଦେବତା (୭୦)ଙ୍କୁ ଏକ ଦନ୍ତାହାତୀ ଆକ୍ରମଣ କରବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ପ୍ରତିଦିନ ପରି ଯୋଗେଶ ଉକ୍ତ ରାସ୍ତାରେ ମର୍ନିଂ ଓ୍ବାକ୍‌ କରୁଥିବା ବେଳେ ଆଜି ମଧ୍ୟ ଭୋର୍‌ ସମୟରେ ଯାଇଥିଲେ। ହଠାତ ହାତୀଟି ରାସ୍ତାରେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲା। ଫଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ଖବରପାଇ ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ରୁଣ୍ଡ ହେବା ସହିତ ଉତ୍ତେଜନା ଲାଗିରହିଥିଲା। ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଦାବି କରିବା ସହିତ ଜଙ୍ଗଲ ବିଭାଗକୁ ଏଥିପାଇଁ ଦାୟୀ କରିଛନ୍ତି ଲୋକେ। ଜଙ୍ଗଲ ବିଭାଗର ଅବହେଳା ଯୋଗୁ ହାତୀ ରସ୍ତା ଘାଟରେ ଓ ଜନବସତି ସ୍ଥାନରେ ହାତୀମାନେ ବୁଲୁଛନ୍ତି ଯାହାର ସୂଚନା ଜଙ୍ଗଲ ବିଭାଗ ପାଖରେ ମଧ୍ୟ ନାହିଁ। ଫଳରେ ଲୋକଙ୍କ ଜୀବନ ଯାଉଛି । ଏହାର ପ୍ରତିକାର ଓ କ୍ଷତିପୂରଣ ଦାବିରେ ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଛି । କଣିହାଁ ତହସିଲଦାର ପତିତପାବନ ଦେବତା, ତାଳଚେର ରେଞ୍ଜ ଦାୟିତ୍ୱରେ ଥିବା କଣିହାଁ ରେଞ୍ଜର ନୀଳମଣି ଦେହୁରୀ, ତାଳଚେର ପୋଲିସ ପହଞ୍ଚିବା ସହିତ ଘଟଣାର ଅନୁଧ୍ୟାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri