ପୁଣି ଏକ ମାଈହାତୀର ମୃତ୍ୟୁ

ବଣାଇ,୧୭ା୮(ସ୍ବ.ପ୍ର.): ସାରା ରାଜ୍ୟରେ ହାତୀ ମୃତ୍ୟୁ ନେଇ ଚିନ୍ତା ପ୍ରକଟ କରାଯାଉଥିବା ବେଳେ ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ତାମଡ଼ା ରେଞ୍ଜର କୁସୁମଡିହି ସେକ୍ସନର କେନ୍ଦୁଡିହି ନିକଟରେ ବୁଧବାର ପୁଣି ଏକ ମାଈହାତୀର ମୃତ୍ୟୁ ହୋଇଛି। ଖବର ପାଇ ଘଟଣାସ୍ଥଳରେ ତୁରନ୍ତ ବନବିଭାଗ କର୍ମଚାରୀ ପହଞ୍ଚିଥିଲେ। ଗଣମାଧ୍ୟମ ପହଞ୍ଚିବା ପୂର୍ବରୁ ପ୍ରାଣୀ ଡାକ୍ତରଙ୍କ ଦ୍ୱାରା ମୃତଦେହ ବ୍ୟବଚ୍ଛେଦ ହୋଇସାରିଥିଲା। ତେବେ ପ୍ରାଥମିକ ତଦନ୍ତରୁ ବାର୍ଦ୍ଧକ୍ୟ ଓ ଦୁଇଦିନ ଲଗାଣ ବର୍ଷା ଯୋଗୁ ହାତୀଟି ନିମୋନିଆରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିବା ବନବିଭାଗ ସ୍ପଷ୍ଟ କରିଛି। ଚଳିତ ବର୍ଷ ବଣାଇ ବନଖଣ୍ଡ ଅଞ୍ଚଳରେ ୫ରୁ ଊର୍ଦ୍ଧ୍ୱ ହାତୀଙ୍କ ମୃତ୍ୟୁ ଘଟିଥିବା ନେଇ ପରିବେଶବିତ୍‌ମାନେ ଚିନ୍ତା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ,…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri