ପୁଣି ଟାଙ୍ଗୀ ବନାଞ୍ଚଳରେ ଏକ ଦନ୍ତାହାତୀର ମୃତ୍ୟୁ

ନିରାକାରପୁର, ୮।୭(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଜଙ୍କିଆ ଥାନା ଅନ୍ତର୍ଗତ ଓଳସିଂ ପଞ୍ଚାୟତ ଡମଣଭୂମି ଛୋଟରାୟସାହିର ଜଣେ ବ୍ୟକ୍ତିଙ୍କ ବାରି ପଛପଟୁ ସୋମବାର ଏକ ଦନ୍ତାହାତୀର ମୃତ ଦେହକୁ ଟାଙ୍ଗୀ ବନ ବିଭାଗ ଉଦ୍ଧାର କରିଛି। ଖବରପାଇ ଘଟଣା ସ୍ଥଳରେ ଖୋର୍ଦ୍ଧା ଡ଼ି ଏଫ ପୁର୍ଣ୍ଣିମା ପାଣ୍ଡିଆନ, ଏସି ଏଫ ସୁଶ୍ରୀ ସାତି ମହାନ୍ତି, ଟାଙ୍ଗୀ ବନାଞ୍ଚଳ ଅଧିକାରୀ ଦେବାଶିଷ ଭୋଇ, ଭୂଷଣ୍ଡପୁର ଫରେଷ୍ଟର ପ୍ରଶାନ୍ତ କୁମାର ଦାଶ ସମେତ ବନ କର୍ମଚାରୀ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ଛନ୍‌ଭିନ ଆରମ୍ଭ କରିଛନ୍ତି। ମୃତ ହାତୀଟିର ଆନୁମାନିକ ବୟସ ୨୦ରୁ ୨୫ହେବ ବୋଲି ବନ ବିଭାଗ ପକ୍ଷରୁ ଜଣାପଡିଛି । ମୃତ ଦନ୍ତାଟି ଖାଦ୍ୟ ଅନ୍ବେଷଣରେ ଆସୁଥିବା ସମୟରେ କୌଣସି କାରଣରୁ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରି ଥାଇପାରେ ବୋଲି ଟାଙ୍ଗୀ ବନାଞ୍ଚଳ ଅଧିକାରୀ ଦେବାଶିଷ ଭୋଇ ସୂଚନା ଦେଇଛନ୍ତି । ମୃତ ହାତୀକୁ ପରୀକ୍ଷା ନିରୀକ୍ଷା କରିବା ସହିତ ମୃତଦେହ ବ୍ୟବଚ୍ଛେଦ ଓୟୁଟିର ଏକ ବିଶେଷଜ୍ଞ ଦଳ ଆସି କରିଯାଇଛନ୍ତି। ରିପୋର୍ଟ ଆସିବାପରେ ପ୍ରକୃତ କାରଣ ଜଣାପଡିବ ବୋଲି ଖୋର୍ଦ୍ଧା ଡିଏଫଓ ପୁର୍ଣ୍ଣିମା ପାଣ୍ଡିଆନ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri