ସହରରେ ପଶିଲା ହାତୀ, ଲୋକେ ଆତଙ୍କିତ

ବାରିପଦା,୧୮ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରରେ ହାତୀ ପ୍ରବେଶକୁ ନେଇ ଲୋକେ ଆତଙ୍କିତ ହୋଇଛନ୍ତି। ଗୁରୁବାର ଭୋର୍‌ ସମୟରେ ଏକ ହାତୀ ଏମ୍‌କେସି ହାଇସ୍କୁଲ ପାଚେରି ଭାଙ୍ଗି ସ୍କୁଲ ପରିସରରେ ପ୍ରବେଶ କରିଥିଲା। ସ୍କୁଲ ମଧ୍ୟରେ ବୁଲିବାରୁ ହଷ୍ଟେଲ ଛାତ୍ରମାନେ ଭୟଭୀତ ହୋଇପଡ଼ିଥିଲେ। ସ୍ଥାନୀୟ ଲୋକେ ବନ ବିଭାଗକୁ ଖବର ଦେବା ପରେ ଉଭୟ ବନ ବିଭାଗ ଏବଂ ପୋଲିସ ପ୍ରଶାସନ ସେଠାରେ ପହଞ୍ଚି ହାତୀଟିକୁ ବାହାରକୁ ଆଣିବାକୁ ଉଦ୍ୟମ କରିଥିଲେ। ପରେ ବାହାରକୁ ଆସି ବଜାରରେ ଚଳପ୍ରଚଳ କରିଥିଲା। ଏହି ଅଞ୍ଚଳରେ କୌଣସି ବ୍ୟକ୍ତିଙ୍କୁ ଘରୁ ନ ବାହାରିବା ପାଇଁ ବନ ବିଭାଗ ପକ୍ଷରୁ ନିବେଦନ କରାଯାଇଛି। ତେବେ ହାତୀଟି ଶିମିଳିପାଳ ଅଭୟାରଣ୍ୟରୁ ଖାଦ୍ୟ ଅନ୍ବେଷଣରେ ଆସିଥିବା ନେଇ ପ୍ରାଣୀପ୍ରେମୀମାନେ ପ୍ରକାଶ କରିଛନ୍ତି। ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଖପାଖ ସ୍କୁଲଗୁଡ଼ିକୁ ଜିଲା ଶିକ୍ଷାଧିକାରୀ ଛୁଟି ଘୋଷଣା କରିଛନ୍ତି। ରିପୋର୍ଟ ଲେଖା ପର୍ଯ୍ୟନ୍ତ ହାତୀଟି ବୁଢ଼ାବଳଙ୍ଗ ନଦୀକୂଳରେ ଅଟକି ରହିଛି। ବନ ବିଭାଗର କର୍ମଚାରୀମାନେ ହାତୀର ଗତିବିଧି ଉପରେ ସମ୍ପୂର୍ଣ୍ଣ ନଜର ରଖି ଲୋକଙ୍କୁ ସଚେତନତା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri