ଜନବସତି ଅଞ୍ଚଳରେ ବୁଲୁଛି ହାତୀ, ଲୋକେ ଛାନିଆ

ଭଞ୍ଜନଗର,୨୧ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡରେ ଶୁକ୍ରବାର ସୁଦ୍ଧା ୭୪ଟି ହାତୀ ଅଛନ୍ତି। ସନ୍ଧ୍ୟାରେ ହାତୀମାନେ ଜଙ୍ଗଲରୁ ବାହାରି ଜଙ୍ଗଲ ନିକଟବର୍ତ୍ତୀ ଗାଁଗୁଡ଼ିକରେ ପଶି ଫସଲ ନଷ୍ଟ କରୁଛନ୍ତି । ଯାହାକୁ ନେଇ ଚାଷୀମାନେ ଚିନ୍ତିତ ହୋଇପଡ଼ିଛନ୍ତି। ଅନ୍ୟପଟେ ଚାଷୀଙ୍କ ଫସଲ ସହ ହାତୀ କିଭଳି ସୁରକ୍ଷିତ ରହିପାରିବ ସେଥିପାଇଁ ବନ ବିଭାଗ କର୍ମଚାରୀମାନେ ଚିନ୍ତିତ ଅଛନ୍ତି।

ଫସଲ ଓ ହାତୀ ସୁରକ୍ଷା ଚିନ୍ତାରେ ଚାଷୀ ଓ ବନ ବିଭାଗ କର୍ମଚାରୀମାନେ ରାତି ଉଜାଗର ରହି ହାତୀର ଗତିବିଧି ଉପରେ ନଜର ରଖୁଛନ୍ତି । ଶୁକ୍ରବାର ସକାଳେ ଉତ୍ତର ଘୁମୁସର ବନଖଣ୍ଡ ଗାଲେରୀ ରେଞ୍ଜ ତିନିଛକିଆରେ ଜନବସତି ଅଞ୍ଚଳକୁ ଏକ ଦନ୍ତା ହାତୀ ମାଡ଼ି ଆସିଥିଲା। ଯାହାକୁନେଇ ସମ୍ପୃକ୍ତ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଥିଲେ। ଏହାପରେ ଲୋକେ ଏବଂ ବନ ବିଭାଗ କର୍ମଚାରୀ ହାତୀକୁ ଘଉଡ଼ାଇବାରେ ସକ୍ଷମ ହୋଇଥିଲେ। ଏହି ସମୟରେ ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାରେ କିଛି ସମୟ ପାଇଁ ଯାନବାହନ ଚଳାଚଳ ବନ୍ଦ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri