ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲା ହାତୀ ପ୍ରେମା

ବାରଙ୍ଗ,୨୯ା୧୦(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ଅନ୍ୟତମ ଆକର୍ଷକ ସାଜିଥିବା ମାଈ ହାତୀ ପ୍ରେମା ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛି। ନନ୍ଦନକାନନ କର୍ତ୍ତୃପକ୍ଷ ଓ ଡାକ୍ତରମାନଙ୍କ ଦ୍ୱାରା ଚାଲିଥିବା ଚିକିତ୍ସା କ୍ଷେତ୍ରରେ ସବୁପ୍ରକାର ଉଦ୍ୟମ କରାଯାଇଥିଲେ ମଧ୍ୟ ପ୍ରେମାକୁ ବଞ୍ଚାଇବାରେ ସକ୍ଷମ ହୋଇପାରି ନାହାନ୍ତି। ଗତ ୨ଦିନ ହେବ ପ୍ରେମା ସମ୍ପୂର୍ଣ୍ଣ ଭାବେ ଅସୁସ୍ଥ ହୋଇ ତଳେ ପଡିଯାଇଥିବା ବେଳେ ଆଉ ଉଠିପାରି ନ ଥିଲା। ଶେଷରେ ଅପରାହ୍ନ ୩ଟାରେ ତା’ର ମୃତ୍ୟୁ ହୋଇଛି।
ପ୍ରକାଶ ଯେ, ୬୬ ବର୍ଷ ହୋଇଥିବା ହାତୀ ପ୍ରେମା ଗତ ଜୁଲାଇ ମାସରୁ କୌଣସି କାରଣରୁ ଅସୁସ୍ଥ ହୋଇପଡ଼ିଥିଲା। ପରେ ତା’ର ଆଗ ବାମ ଗୋଡରେ ଏକ ମାଂସପିଣ୍ଡୁଳା ଥିବା ଜଣାପଡ଼ିଥିଲା। ମାଂସପିଣ୍ଡୁଳାକୁ ଅସ୍ତ୍ରୋପଚାର କରିବା ପରେ ମଧ୍ୟ ସ୍ବାସ୍ଥ୍ୟରେ ଉନ୍ନତି ଘଟି ନ ଥିଲା। ଏପରିକି ଧୀରେ ଧୀରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ସହ ଖାଇବା ମଧ୍ୟ କମାଇବାରେ ଲାଗିଥିଲା। ଅସୁସ୍ଥ ଥିବା ସତ୍ତ୍ୱେ ପ୍ରେମା ହାତୀସଫାରିର ହାତୀଶାଳରେ ଗୋଡ଼ରେ ଶିକୁଳିବନ୍ଧା ହୋଇ ଛିଡ଼ା ହୋଇରହୁଥିଲା। କିନ୍ତୁ ଗୁରୁବାର ସକାଳେ ହାତୀଶାଳରେ ହଠାତ୍‌ ସେ ପଡ଼ିଯାଇଥିଲା। କର୍ମଚାରୀମାନେ ପ୍ରେମାକୁ ଉଠାଇବାକୁ ସବୁପ୍ରକାର ଚେଷ୍ଟା କରି ଉଠାଇପାରି ନ ଥିଲେ। କ୍ରେନ୍‌ ଦ୍ୱାରା ଉଠାଇବାକୁ ଉଦ୍ୟମ କରାଯାଇ ବିଫଳ ହେବକୁ ପଡିଥିଲା। କ୍ରେନ ସାହାଯ୍ୟରେ ଉଠାଇବାବେଳେ ପ୍ରେମା ମଳତ୍ୟାଗ କରିଥିବା ଜଣାପଡ଼ିଥିଲା। ପ୍ରେମା ଉଠି ନ ପାରିବାରୁ ବାଧ୍ୟ ହୋଇ ନନ୍ଦନକାନନର ଡାକ୍ତରଙ୍କୁ ଜଣାଇ ଦିଆଯିବା ସହ ହାତୀଶାଳର ଚତୁଃପାର୍ଶ୍ୱ ଜରିପାଲରେ ଆବଦ୍ଧ କରାଯାଇ ଚିକିତ୍ସା ଆରମ୍ଭ ହୋଇଥିଲା। ଏଥିପାଇଁ ପର୍ଯ୍ୟଟକଙ୍କ ଲାଗି ହାତୀ ସଫାରି ମଧ୍ୟ ବନ୍ଦ କରାଯାଇଥିଲା। ଗୁରୁବାର ୪୦ ଓ ଶୁକ୍ରବାର ୧୦ ଲିଟର ସାଲାଇନ ସହ ଭିଟାମିନ ଏବଂ ଆଣ୍ଟିବାୟୋଟିକ ଦିଆଯାଇ ପ୍ରେମାକୁ ଛିଡ଼ା କରାଇବା ପାଇଁ ସବୁପ୍ରକାର ଚେଷ୍ଟା କରାଯାଇଥିଲା। କିନ୍ତୁ ସବୁ ଉଦ୍ୟମ ବିଫଳ ହୋଇଥିଲା। ଶେଷରେ ଶୁକ୍ରବାର ଅପରାହ୍ନ ୩ଟାରେ ହାତୀଶାଳରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରେମାର ଜୀବନ ଚାଲିଯାଇଥିଲା। ପ୍ରେମାର ମୃତ୍ୟୁ ପରେ ନନ୍ଦନକାନନରେ ହାତୀ ସଂଖ୍ୟା ହ୍ରାସ ପାଇ ୩ରେ ପହଞ୍ଚତ୍ଛି। ବାର୍ଦ୍ଧକ୍ୟଜନିତ କାରଣରୁ ପ୍ରେମା ଗତ ୩ ମାସ ଧରି ଅସୁସ୍ଥ ହେବା ଆରମ୍ଭ ହୋଇଥିଲା। ଗୁରୁବାର ତଳେ ପଡିଯାଇ ଚେଷ୍ଟା ସତ୍ତ୍ୱେ ଉଠିପାରି ନ ଥିଲା। ଓୟୁଏଟି, ଦିଲ୍ଲୀ ଓ ଆସାମର ବିଶେଷଜ୍ଞମାନଙ୍କ ପରାମର୍ଶକ୍ରମେ ପ୍ରେମାର ଚିକିତ୍ସା କରାଯାଇଥିଲା। ତେବେ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସଞ୍ଜିତ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?