ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା

ଟେନ୍‌ସା,୨୦ା୨(ଡି.ଏନ୍‌.ଏ.): ନିକଟସ୍ଥ ରେଙ୍ଗମାଗ୍ରାମରେ ରକ୍ତମୁଖା ଦନ୍ତାହାତୀ ଆତଙ୍କ ଖେଳାଇଛି। ବାଡ଼ିକୁ ଫସଲ ଖାଇବାକୁ ଆସି ଖାଇ ନଷ୍ଟ କରିବା ସହ ଜଣଙ୍କୁ କଚାଡ଼ି ମାରି ଦେଇଛି ଦନ୍ତାହାତୀ। ଏହିପରି ଏକ କରୁଣ ଦୃଶ୍ୟ ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲା ବରସୁଆଁ ଫରେଷ୍ଟ ରେଞ୍ଜ ଅଞ୍ଚଳରେ। ରବିବାର ବିଳମ୍ବିତ ରାତିରେ ରେଙ୍ଗମାଗ୍ରାମରେ ଗୋଠଛଡ଼ା ରକ୍ତମୁଖା ଦନ୍ତା ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ କୋଇଡ଼ା ଫାଣ୍ଡି ନିକଟ ଡେଙ୍ଗୁଳା ପଞ୍ଚାୟତ ରେଙ୍ଗମା ଗ୍ରାମର କବି ନାଏକ(୫୫)। ବିଳମ୍ବିତ ରାତିରେ ହାତୀଟି ଆସି ରେଙ୍ଗମା ଗାଁର କବିଙ୍କ ଫସଲ ଖାଇବାକୁ ବାଡ଼ିରେ ପଶିଥିଲା। ସେହି ବାଡ଼ିରେ କବି ଏକ କୁଡ଼ିଆ କରି ଫସଲ ଜଗୁଥିଲେ। ହାତୀ ଆସିବା ଶବ୍ଦ ଶୁଣି କବି ଫୁଟବଲ ପଡ଼ିଆ ଦେଇ ଘରକୁ ଯାଉଥିବା ବେଳେ ହାତୀ ସହିତ ମୁହାଁମୁହିଁ ହୋଇଯିବାରୁ ହାତୀ ଶୁଣ୍ଡରେ ଟେକି ନେଇ କଚାଡ଼ି ଦେଇଥିଲା। ଖବର ପାଇ କୋଇଡ଼ା ପୋଲିସ ଓ ବରସୁଆଁ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କୋଇଡା ପଠାଇଥିବା ଜଣାପଡ଼ିଛି । ଏହି ଗୋଠଛଡ଼ା ଦନ୍ତାଟି କୋଇଡ଼ା ଓ ବରସୁଆଁ ରେଞ୍ଜ ଅଞ୍ଚଳରେ ୭ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଲାଣି। ବାରମ୍ବାର ହାତୀ ଆକ୍ରମଣରେ ମୃତ୍ୟୁ ଘଟଣା ସାମ୍ନାକୁ ଆସୁଥିବା ବେଳେ ବନ ବିଭାଗ ଚୁପ୍‌ ରହିଛି। ହାତୀକୁ ଟ୍ରାଙ୍କୁଲାଇଜ କରି ଅନ୍ୟ ଜଙ୍ଗଲରେ ଛାଡ଼ିବା ପାଇଁ ଅଞ୍ଚଳବାସୀ ଅଭିଯୋଗ କାରୁଥିବା ବେଳେ ଶୁଣିବାକୁ କେହି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri