ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା

ଟେନ୍‌ସା,୨୦ା୨(ଡି.ଏନ୍‌.ଏ.): ନିକଟସ୍ଥ ରେଙ୍ଗମାଗ୍ରାମରେ ରକ୍ତମୁଖା ଦନ୍ତାହାତୀ ଆତଙ୍କ ଖେଳାଇଛି। ବାଡ଼ିକୁ ଫସଲ ଖାଇବାକୁ ଆସି ଖାଇ ନଷ୍ଟ କରିବା ସହ ଜଣଙ୍କୁ କଚାଡ଼ି ମାରି ଦେଇଛି ଦନ୍ତାହାତୀ। ଏହିପରି ଏକ କରୁଣ ଦୃଶ୍ୟ ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲା ବରସୁଆଁ ଫରେଷ୍ଟ ରେଞ୍ଜ ଅଞ୍ଚଳରେ। ରବିବାର ବିଳମ୍ବିତ ରାତିରେ ରେଙ୍ଗମାଗ୍ରାମରେ ଗୋଠଛଡ଼ା ରକ୍ତମୁଖା ଦନ୍ତା ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ କୋଇଡ଼ା ଫାଣ୍ଡି ନିକଟ ଡେଙ୍ଗୁଳା ପଞ୍ଚାୟତ ରେଙ୍ଗମା ଗ୍ରାମର କବି ନାଏକ(୫୫)। ବିଳମ୍ବିତ ରାତିରେ ହାତୀଟି ଆସି ରେଙ୍ଗମା ଗାଁର କବିଙ୍କ ଫସଲ ଖାଇବାକୁ ବାଡ଼ିରେ ପଶିଥିଲା। ସେହି ବାଡ଼ିରେ କବି ଏକ କୁଡ଼ିଆ କରି ଫସଲ ଜଗୁଥିଲେ। ହାତୀ ଆସିବା ଶବ୍ଦ ଶୁଣି କବି ଫୁଟବଲ ପଡ଼ିଆ ଦେଇ ଘରକୁ ଯାଉଥିବା ବେଳେ ହାତୀ ସହିତ ମୁହାଁମୁହିଁ ହୋଇଯିବାରୁ ହାତୀ ଶୁଣ୍ଡରେ ଟେକି ନେଇ କଚାଡ଼ି ଦେଇଥିଲା। ଖବର ପାଇ କୋଇଡ଼ା ପୋଲିସ ଓ ବରସୁଆଁ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କୋଇଡା ପଠାଇଥିବା ଜଣାପଡ଼ିଛି । ଏହି ଗୋଠଛଡ଼ା ଦନ୍ତାଟି କୋଇଡ଼ା ଓ ବରସୁଆଁ ରେଞ୍ଜ ଅଞ୍ଚଳରେ ୭ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଲାଣି। ବାରମ୍ବାର ହାତୀ ଆକ୍ରମଣରେ ମୃତ୍ୟୁ ଘଟଣା ସାମ୍ନାକୁ ଆସୁଥିବା ବେଳେ ବନ ବିଭାଗ ଚୁପ୍‌ ରହିଛି। ହାତୀକୁ ଟ୍ରାଙ୍କୁଲାଇଜ କରି ଅନ୍ୟ ଜଙ୍ଗଲରେ ଛାଡ଼ିବା ପାଇଁ ଅଞ୍ଚଳବାସୀ ଅଭିଯୋଗ କାରୁଥିବା ବେଳେ ଶୁଣିବାକୁ କେହି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri