ପଣସ ଖାଇବାକୁ ଆସି ଜଣଙ୍କ ଜୀବନ ନେଲା ହାତୀ

ବିଶୋଇ,୧୭ା୬(ଡି.ଏନ୍‌.ଏ.): ରାଇରଙ୍ଗପୁର ବନଖଣ୍ଡ ଅନ୍ତର୍ଗତ ମଣଦା ବନାଞ୍ଚଳ ଅନ୍ତର୍ଗତ ସ୍ଥାନୀୟ ଦେଓପଟା ବିଟ ଅଧୀନ ଦେଓପଟା ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ମାଈ ହାତୀ ଉକ୍ତ ଗ୍ରାମକୁ ପଣସ ଖାଇବାକୁ ଆସିଥିବାବେଳେ ଗ୍ରାମର ଜଣେ ବ୍ୟକ୍ତିଙ୍କ ସହ ମୁହାଁମୁହିଁ ହୋଇଥିଲା। ପରେ ଘର ନିକଟରୁ ୫୦ ମିଟର ଦୂରତାକୁ ଘୋଷାଡ଼ି ନେଇ ଦଳିଦେଇଛି। ଫଳରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ମୃତକ ଜଣଙ୍କ ହେଲେ ଦେଇପଟା ଗ୍ରାମର ରତନ ସୋରେନ (୫୭)।

ସୂଚନାଥାଉକି, ରତନ ଗତକାଲି ରାତିରେ ଶୌଚ ହେବା ପାଇଁ ବାହାରକୁ ଯାଉଥିବା ସମୟରେ ନିଜ ଘରକୁ ଲାଗି ରହିଥିବା ପଣସ ଗଛରେ ପଣସ ଖାଉଥିବାର ଏକ ହାତୀ ସହିତ ମୁହାଁମୁହିଁ ହୋଇଯାଇଥିଲେ। ହାତୀଟି ରତନଙ୍କୁ ଘୋଷାଡ଼ି ନେଇ ତାଙ୍କ ମୁଣ୍ଡ ଓ ଛାତିରେ ଆକ୍ରମଣ କରିଥିଲା। ହାତୀ ଓ ରତନଙ୍କ ଚିତ୍କାର ଶୁଣି ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିଲା ବେଳକୁ ହାତୀ ସ୍ଥାନ ଛାଡ଼ି ପଳାଇଯିବାର ଲୋକେ ଦେଖିଥିଲେ। ପରେ ଗ୍ରାମବାସୀ ରତନଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲେ। ମାତ୍ର ସେଠାରେ ଡାକ୍ତର ରତନଙ୍କୁ ମୃତ ଘୋଷଣା କରିଥିଲେ। ଏହି ବିଷୟରେ ଖବର ପାଇ ଆଜି ସକାଳୁ ମଣଦା ରେଞ୍ଜର ଧରିତ୍ରୀ ମୁର୍ମୁଙ୍କ ନେତୃତ୍ୱରେ ବନବିଭାଗ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଏଥିସହିତ ଜିଲା ପରିଷଦ ସଦସ୍ୟା ବିନ୍ଦୁସ୍ମିତା ଦେଓ, ଖଡ଼ମବେଡା ସରପଞ୍ଚ ସୋମବାରୀ ସିଂ,ପଞ୍ଚାୟତ ସମିତି ସଦସ୍ୟା ବାସନ୍ତୀ ହାଁସଦା,ସମାଜସେବୀ ସୁରାଇ ହାଁସଦା, ଦିଲ୍ଲୀପ ସିଂ ପ୍ରମୁଖ ପହଞ୍ଚି ପରିବାର ଲୋକଙ୍କୁ ସମବେଦନା ଜଣାଇବା ସହିତ ମୃତ ରତନଙ୍କ ଅନ୍ତିମ କ୍ରିୟା ପାଇଁ ପରିବାର ଲୋକଙ୍କୁ ଯଥାଶୀଘ୍ର ଆର୍ଥିକ ସହାୟତା ଯୋଗାଇବା ପାଇଁ ବନବିଭାଗ ସହିତ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?