ଶୌଚ ହେବାକୁ ଯାଇ ଦଳିଦେଲା ହାତୀ, ଚାଲିଗଲା ଜଣଙ୍କ ଜୀବନ

ବଣାଇ,୨୫ା୭(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ତାମଡା ରେଞ୍ଜ ଅଧୀନସ୍ଥ ଜାମୁଦର ଗ୍ରାମରେ ଘଟିଛି ଏକ ଅଘଟଣ। ଶୌଚ ହେବାକୁ ଯାଇଥିବା ବ୍ୟକ୍ତି ହାତୀ ଆକ୍ରମଣର ଶିକାର ହୋଇ ମୃତ୍ୟୁବରଣ କରିଥିବା ଜଣାଯାଇଛି। ଜାମୁଦର ଗ୍ରାମର କୁଦୁରାଇ ମୁଣ୍ଡାରି (୫୦) ବର୍ଷ ଶୌଚ ପାଇଁ ନିକଟସ୍ଥ ଜଙ୍ଗଲକୁ ଯାଇଥିବା ବେଳେ ହଠାତ୍‌ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ଦୌଡ଼ି ପଳାଇବାକୁ ଚେଷ୍ଟା କରି ବିଫଳ ହେବା ପରେ ତାଙ୍କୁ ପାଦରେ ଦଳିଦେଲା ହାତୀ। ପରିଣାମ ସ୍ବରୂପ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଖବର ପାଇ ବନାଞ୍ଚଳ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ମୃତକ ଜଣେ ଅବିବାହିତ ବୃଦ୍ଧ ଥିବା ଏବଂ ତାଙ୍କ ସମ୍ପର୍କୀୟଙ୍କୁ ମୃତ୍ୟୁ ପାଇଁ ୬ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ମିଳିବ ବୋଲି ସହକାରୀ ବନ ସଂରକ୍ଷକ ସମୀର ତିର୍କୀ ପ୍ରକାଶ କରିଛନ୍ତି। ଏବେ ତୁରନ୍ତ ତାଙ୍କ ପରିବାରକୁ ଅନୁକମ୍ପା ରାଶିର ୨୦ ପ୍ରତିଶତ ଅର୍ଥାତ ୬୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ବେଳେ ପରେ ପରିବାରବର୍ଗଙ୍କୁ ମୃତଦେହ ହସ୍ତାନ୍ତର ହେବ ବୋଲି ବନବିଭାଗ ସ୍ପଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri