ଶୋଇଥିବାବେଳେ ଘରେ ପଶି ବୃଦ୍ଧ ଦମ୍ପତିଙ୍କୁ ଦଳିଦେଲା ହାତୀ, ଅଙ୍ଗ ପ୍ରତ୍ୟଙ୍ଗକୁ ଏଣେତେଣେ ଫିଙ୍ଗି ଚାଲିଗଲା

ଭବାନୀପାଟଣା/ଲାଞ୍ଜିଗଡ଼,୨ା୨(ଉତ୍ତମ କୁମାର ଦାଶ/ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳ ଅନ୍ତର୍ଗତ କାଦୋମାଳିରେ ଗାଁରେ ଶନିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚାଷଜମିରେ ଘର କରି ରହିଥିବା ଦୋରାସାର୍ଲି ଗାଁର ମାଗାନା ମାଝୀ (୬୩) ଓ ତାଙ୍କ ସ୍ତ୍ରୀ ଗାଦ ମାଝୀ (୬୦)ଙ୍କୁ ଏକ ଜଙ୍ଗଲୀ ହାତୀ ପାଦରେ ଦଳି ଦେଇଛି।
ପ୍ରକାଶ ଯେ,ଚାଷ କରିଥିବା ଫସଲର ସୁରକ୍ଷା ପାଇଁ କାଦୋମାଳିରେ ସେମାନେ ଏକ ଘର ତିଆରି କରି ରହିଥିଲେ। ତାଙ୍କ ସହିତ ତାଙ୍କର ପୁଅ ଓ ଅନ୍ୟ ଦୁଇ ସମ୍ପର୍କୀୟ ବି ଥିଲେ। ଶନିବାର ବିଳମ୍ବିତ ରାତିରେ ସେମାନେ ଶୋଇଥିବାବେଳେ ଏକ ଦନ୍ତାହାତୀ ସେମାନଙ୍କ ଘର ଭଙ୍ଗାରୁଜା କରିବା ସହିତ ଶୋଇଥିବା ମୁଗାନା ଓ ଗାଦଙ୍କୁ ପାଦରେ ଦଳି ଦେଇଥିଲା। କେବଳ ସେତିକି ନୁହେଁ, ହିଂସ୍ର ହୋଇ ପଡ଼ିଥିବା ହାତୀଟି ଉଭୟଙ୍କ ସହିତ ଶରୀରର ବିଭିନ୍ନ ଅଙ୍ଗ ପ୍ରତ୍ୟଙ୍ଗକୁ ଏଣେତେଣେ ଫିଙ୍ଗି ଫୋଫାଡ଼ି ଜଙ୍ଗଲ ଭିତରକୁ ଚାଲି ଯାଇଥିଲା। ତେବେ ସେଠାରେ ଥିବା ମୃତ ମୁଗାନାଙ୍କ ପୁଅ ସମେତ ଅନ୍ୟ ଦୁଇଜଣ ଜୀବନ ବିକଳରେ ଦୌଡ଼ି ପଳାଇବାରୁ ଅଳ୍ପକେ ବର୍ତ୍ତିଯାଇଥିଲେ। ସେମାନଙ୍କଠାରୁ ଖବର ପାଇ ରବିବାର ସକାଳେ ବିଜେପୁର ଫରେଷ୍ଟର ପଦ୍ମଲୋଚନ ଶବର ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସରଜମିନ ତଦନ୍ତ କରିଛନ୍ତି। ତେବେ ବନବିଭାଗର ଅବହେଳା ଯୋଗୁ ହାତୀ ମଣିଷ ମୁହାଁମୁହିଁ ହେଉଥିବାବେଳେ ହାତୀ ଆକ୍ରମଣର ଏହି ବୀଭତ୍ସ ଦୃଶ୍ୟକୁ ଦେଖି ଲୋକେ ଉତ୍ତ୍ୟକ୍ତ ହୋଇ ପଡ଼ିଥିଲେ। କିଛି ସମୟ ଧରି ବନବିଭାଗ ଓ ପରିବାରବର୍ଗ ତଥା ସ୍ଥାନୀୟ ଲୋକଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଏହାକୁ ନେଇ ବେଶ କିଛି ସମୟ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଥିବାବେଳେ ପରିବାରବର୍ଗଙ୍କୁ କ୍ଷତିପୂରଣ ପାଇଁ ପ୍ରତିଶ୍ରୁତି ଦେବାପରେ ସ୍ଥିତି ଶାନ୍ତ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri