Posted inଖେଳ

କୋହଲିଙ୍କ ଅଧିନାୟିକତ୍ୱରେ ଲଜ୍ଜାଜନକ ରେକର୍ଡ

ଲିଡ୍ସ,୨୬।୮: ଲିଡ୍ସ ଟେଷ୍ଟରେ ଭାରତୀୟ ଦଳର ପ୍ରଦର୍ଶନ ବେଶ୍‌ ଖରାପ ରହିଛି। ପ୍ରଥମେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ମାନେ ଇଂଲଣ୍ଡର ଦ୍ରୁତ ବୋଲରଙ୍କ ନିକଟରେ ଆତ୍ମସମର୍ପଣ କରିଥିବା ବେଳେ ପରେ ଇଂଲଣ୍ଡର ଦୁଇ ଓପନର ମିଶି ଟିମ ଇଣ୍ଡିଆର ସ୍କୋର ଅତିକ୍ରମ କରିଥିଲେ। ଲିଡ୍ସ ଟେଷ୍ଟର ପ୍ରଥମ ଇନିଂସରେ ଭାରତୀୟ ଦଳ ମାତ୍ର ୭୮ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ଏହା ପରେ ରୋରି ବନର୍‌ସ ଏବଂ ହାସିବ ହମିଦ ଏକାଠି ଏହି ସ୍କୋର ଅତିକ୍ରମ କରିଥିଲେ। ବିରାଟ କୋହଲିଙ୍କ ଅଧିନାୟକତ୍ୱରେ ପ୍ରଥମ ଥର ପାଇଁ ବିପକ୍ଷ ଦଳର ଓପନରମାନେ ଭାରତର ସ୍କୋର ଅତିକ୍ରମ କରିଛନ୍ତି। ଏଥି ସହିତ ଟିମ ଇଣ୍ଡିଆର ଟେଷ୍ଟ ଇତିହାସରେ ଏହା ଚତୁର୍ଥ ଥର ପାଇଁ ଦେଖିବାକୁ ମିଳିଛି।
ଅଷ୍ଟ୍ରେଲୀୟ ଓପନର୍‌ ଦୁଇଥର ଭାରତୀୟ ସ୍କୋର ଅତିକ୍ରମ କରିଛନ୍ତି। ୧୯୬୭-୬୮ ମସିହାରେ ପ୍ରଥମ ଥର ପାଇଁ ଲୋରି ଏବଂ ସିମ୍ପସନଙ୍କ ଯୋଡି ଭାରତର ସ୍କୋର ୧୭୩ ରନକୁ ଅତିକ୍ରମ କରିଥିଲେ। ତା’ପରେ ୨୦୦୭ ଅହମ୍ମଦାବାଦ ଟେଷ୍ଟରେ ଗ୍ରାମ ସ୍ମିଥ ଏବଂ ନିଲ ମ୍ୟାକେଞ୍ଜିଙ୍କ ଯୋଡି ଭାରତୀୟ ସ୍କୋର ଅତିକ୍ରମ କରିଥିଲେ। ଅହମ୍ମଦାବାଦ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୭୬ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ୨୦୧୧-୧୨ ରେ ଅଷ୍ଟ୍ରେଲୀୟ ଓପନର ଡେଭିଡ ୱାର୍ନର ଏବଂ ଇଡ କୋଓ୍ବାନ ଭାରତର ସ୍କୋର ୧୬୧ ରନ ଅତିକ୍ରମ କରିଥିଲେ। ଏବେ ଇଂଲଣ୍ଡ ପାଇଁ ଏହି କୀର୍ତ୍ତିମାନ କରିଥିବା ହାସିବ-ରୋରି ପ୍ରଥମ ଓପନର୍‌ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri