ଆହୁରି ଶକ୍ତିଶାଳୀ ହେଲେ ସି ଜିନ୍‌ପିଙ୍ଗ: ତୃତୀୟଥର ରାଷ୍ଟ୍ରପତି ମନୋନୀତ

ବେଜିଂ,୧୦।୩: ନ୍ୟାଶନାଲ୍‌ ପିପୁଲ୍ସ କଂଗ୍ରେସ (ଏନପିସି) ର ୧୪ ତମ ବୈଠକରେ ସି ଜିନପିଙ୍ଗଙ୍କୁ ତୃତୀୟ ଥର ପାଇଁ ରାଷ୍ଟ୍ରପତି ଭାବେ ମନୋନୀତ କରାଯାଇଛି। ଏହା ତାଙ୍କ ଶକ୍ତି ଆହୁରି ବୃଦ୍ଧି କରିବ। ଶୁକ୍ରବାର ତାଙ୍କୁ ରାଷ୍ଟ୍ରପତି ଭାବରେ ତୃତୀୟ ଥର ଏହି ଦାୟିତ୍ୱ ପ୍ରଦାନ କରାଯାଇଥିଲା।
ନ୍ୟାଶନାଲ୍‌ ପିପୁଲ୍ସ କଂଗ୍ରେସ ମାର୍ଚ୍ଚ ୫ରେ ବାର୍ଷିକ ବୈଠକ ଆରମ୍ଭ କରିଥିଲା। ଏହି ବୈଠକ ଏକ ସପ୍ତାହ ଧରି ଚାଲିଛି। ଏଥିରେ ୬୯ ବର୍ଷିୟ ସି ଜିନପିଙ୍ଗଙ୍କ କାର୍ଯ୍ୟକାଳ ତୃତୀୟ ଥର ପାଇଁ ବୃଦ୍ଧି କରାଯାଇଛି। ଫଳରେ ଚାଇନାରେ ତାଙ୍କର ଶକ୍ତି ଆହୁରି ମଜଭୁତ ହେବ। ତେବେ ଏହି ବୈଠକରେ ନିଷ୍ପତ୍ତି ନିଆଯାଇଛି ଯେ, ଚଳିତ ବର୍ଷ ଚାଇନା ୨୦୨୩ରେ ଏହାର ପ୍ରତିରକ୍ଷା ପାଇଁ୧୮ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବ। ଯାହା ଭାରତର ପ୍ରତିରକ୍ଷା ବଜେଟଠାରୁ ପ୍ରାୟ ୩ ଗୁଣ ଅଧିକ। ଏଥି ସହିତ, ୨୦୨୩ ପାଇଁ ଚାଇନା ଅର୍ଥନୈତିକ ଅଭିବୃଦ୍ଧିର ଲକ୍ଷ୍ୟକୁ ୫ ପ୍ରତିଶତରେ ରଖାଯାଇଛି।
ସି ଜିନପିଙ୍ଗ କ୍ଷମତାକୁ ଆସିବା ପୂର୍ବରୁ ଚାଇନା ରାଷ୍ଟ୍ରପତି ୫ ବର୍ଷୀୟ ଦୁଇଟି କାର୍ଯ୍ୟକାଳ କିମ୍ବା ୬୮ ବର୍ଷ ବୟସ ପର୍ଯ୍ୟନ୍ତ ପଦବୀରେ ରହିପାରୁଥିଲେ। କିନ୍ତୁ ୨୦୧୩ରେ କ୍ଷମତାକୁ ଆସିଥିବା ସି ଜିନପିଙ୍ଗ ଏହି ନିୟମକୁ ରଦ୍ଦ କରିଦେଇଥିଲେ। ଏହି କାରଣରୁ ସି ଜିନପିଙ୍ଗ ୬୯ ବର୍ଷ ବୟସରେ ତୃତୀୟ ଥର ପାଇଁ ଦେଶର ରାଷ୍ଟ୍ରପତି ଭାବରେ ମନୋନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri