ଆହୁରି ଶକ୍ତିଶାଳୀ ହେଲେ ସି ଜିନ୍‌ପିଙ୍ଗ: ତୃତୀୟଥର ରାଷ୍ଟ୍ରପତି ମନୋନୀତ

ବେଜିଂ,୧୦।୩: ନ୍ୟାଶନାଲ୍‌ ପିପୁଲ୍ସ କଂଗ୍ରେସ (ଏନପିସି) ର ୧୪ ତମ ବୈଠକରେ ସି ଜିନପିଙ୍ଗଙ୍କୁ ତୃତୀୟ ଥର ପାଇଁ ରାଷ୍ଟ୍ରପତି ଭାବେ ମନୋନୀତ କରାଯାଇଛି। ଏହା ତାଙ୍କ ଶକ୍ତି ଆହୁରି ବୃଦ୍ଧି କରିବ। ଶୁକ୍ରବାର ତାଙ୍କୁ ରାଷ୍ଟ୍ରପତି ଭାବରେ ତୃତୀୟ ଥର ଏହି ଦାୟିତ୍ୱ ପ୍ରଦାନ କରାଯାଇଥିଲା।
ନ୍ୟାଶନାଲ୍‌ ପିପୁଲ୍ସ କଂଗ୍ରେସ ମାର୍ଚ୍ଚ ୫ରେ ବାର୍ଷିକ ବୈଠକ ଆରମ୍ଭ କରିଥିଲା। ଏହି ବୈଠକ ଏକ ସପ୍ତାହ ଧରି ଚାଲିଛି। ଏଥିରେ ୬୯ ବର୍ଷିୟ ସି ଜିନପିଙ୍ଗଙ୍କ କାର୍ଯ୍ୟକାଳ ତୃତୀୟ ଥର ପାଇଁ ବୃଦ୍ଧି କରାଯାଇଛି। ଫଳରେ ଚାଇନାରେ ତାଙ୍କର ଶକ୍ତି ଆହୁରି ମଜଭୁତ ହେବ। ତେବେ ଏହି ବୈଠକରେ ନିଷ୍ପତ୍ତି ନିଆଯାଇଛି ଯେ, ଚଳିତ ବର୍ଷ ଚାଇନା ୨୦୨୩ରେ ଏହାର ପ୍ରତିରକ୍ଷା ପାଇଁ୧୮ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବ। ଯାହା ଭାରତର ପ୍ରତିରକ୍ଷା ବଜେଟଠାରୁ ପ୍ରାୟ ୩ ଗୁଣ ଅଧିକ। ଏଥି ସହିତ, ୨୦୨୩ ପାଇଁ ଚାଇନା ଅର୍ଥନୈତିକ ଅଭିବୃଦ୍ଧିର ଲକ୍ଷ୍ୟକୁ ୫ ପ୍ରତିଶତରେ ରଖାଯାଇଛି।
ସି ଜିନପିଙ୍ଗ କ୍ଷମତାକୁ ଆସିବା ପୂର୍ବରୁ ଚାଇନା ରାଷ୍ଟ୍ରପତି ୫ ବର୍ଷୀୟ ଦୁଇଟି କାର୍ଯ୍ୟକାଳ କିମ୍ବା ୬୮ ବର୍ଷ ବୟସ ପର୍ଯ୍ୟନ୍ତ ପଦବୀରେ ରହିପାରୁଥିଲେ। କିନ୍ତୁ ୨୦୧୩ରେ କ୍ଷମତାକୁ ଆସିଥିବା ସି ଜିନପିଙ୍ଗ ଏହି ନିୟମକୁ ରଦ୍ଦ କରିଦେଇଥିଲେ। ଏହି କାରଣରୁ ସି ଜିନପିଙ୍ଗ ୬୯ ବର୍ଷ ବୟସରେ ତୃତୀୟ ଥର ପାଇଁ ଦେଶର ରାଷ୍ଟ୍ରପତି ଭାବରେ ମନୋନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri