୨ ଲକ୍ଷ କୋଟିର ବ୍ୟୟମଞ୍ଜୁରୀ ବିଲ୍‌ ଗୃହୀତ

ଭୁବନେଶ୍ୱର,୩୦।୭(ବ୍ୟୁରୋ)-୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ କୋଟି ଟଙ୍କାର ବ୍ୟୟମଞ୍ଜୁରୀ ବିଲ୍‌ ଶନିବାର ବିଧାନସଭାରେ ଗୃହୀତ ହୋଇଛି। ଏହି ଅବସରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି, ୨ ଲକ୍ଷ କୋଟିରୁ ପ୍ରଶାସନିକ ଖର୍ଚ୍ଚ ନିମନ୍ତେ ୮୯ ହଜାର ୫୬୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମ ବ୍ୟୟ ନିମନ୍ତେ ୧ ଲକ୍ଷ କୋଟି, ବିପର୍ଯ୍ୟୟ ମୁକାବିଲା ପାଣ୍ଠି ପାଇଁ ୩ ,୨୧୦ କୋଟି ଏବଂ ରାଜ୍ୟରୁ ସ୍ଥାନୀୟ ନିକାୟଗୁଡ଼ିକୁ ହସ୍ତାନ୍ତର ବାବଦରେ ୭,୨୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଗତ ଆର୍ଥିକ ବର୍ଷ ତୁଳନାରେ ପ୍ରଶାସନିକ ବ୍ୟୟ ୩୩ ପ୍ରତିଶତ ଅଧିକ ରହିଥିବା ବେଳେ ପୁଞ୍ଜି ବ୍ୟୟ ବାବଦକୁ ୩୮,୭୩୨ କୋଟି ଅଟକଳ ହୋଇଛି, ଯାହକି ସାମଗ୍ରିକ ଘରୋଇ ଉତ୍ପାଦ(ଜିଏସ୍‌ଡିପି)ର ୫.୪ ପ୍ରତିଶତ । ଚଳିତ ଆର୍ଥିକ ବର୍ଷରେ ଏ ବାବଦକୁ ଥିବା ଆବଣ୍ଟନ ଗତ ବର୍ଷଠାରୁ ୫୬ ପ୍ରତିଶତ ଅଧିକ ବୋଲି ମନ୍ତ୍ରୀ କହିଛନ୍ତି। ଏହି ବଜେଟରେ ଅନେକ ସଂସ୍କାରମୂଳକ ପଦକ୍ଷେପ ନିଆଯାଇଛି। ବଜେଟକୁ ସମ୍ପୂର୍ଣ୍ଣ ଇଲେକ୍ଟ୍ରୋନିକ ମାଧ୍ୟମରେ ଉପସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ୫-ଟି ମନ୍ତ୍ର ଓ ‘ମୋ ସରକାର’ ସଫଳ ରୂପାୟନ ପାଇଁ ଆବଶ୍ୟକ ବ୍ୟବସ୍ଥା ହୋଇଛି । ଚଳିତ ଆର୍ଥିକ ବର୍ଷରେ ରାଜ୍ୟର ଅଭିବୃଦ୍ଧି ହାର ୮ରୁ ୮.୫ ପ୍ରତିଶତ ରହିବି। ଶିକ୍ଷା, ସ୍ବାସ୍ଥ୍ୟ, କୃଷି ଓ ଅନ୍ୟାନ୍ୟ କ୍ଷେତ୍ରକୁ ସରକାର ଗୁରତ୍ୱ ଦେଉଛନ୍ତି । କୋଭିଡ ସତ୍ତ୍ୱେ ରାଜ୍ୟର ଆର୍ଥିକ ସ୍ଥିତି ଭଲ ରହିଛି ବୋଲି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri