୨ ଲକ୍ଷ କୋଟିର ବ୍ୟୟମଞ୍ଜୁରୀ ବିଲ୍‌ ଗୃହୀତ

ଭୁବନେଶ୍ୱର,୩୦।୭(ବ୍ୟୁରୋ)-୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ କୋଟି ଟଙ୍କାର ବ୍ୟୟମଞ୍ଜୁରୀ ବିଲ୍‌ ଶନିବାର ବିଧାନସଭାରେ ଗୃହୀତ ହୋଇଛି। ଏହି ଅବସରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି, ୨ ଲକ୍ଷ କୋଟିରୁ ପ୍ରଶାସନିକ ଖର୍ଚ୍ଚ ନିମନ୍ତେ ୮୯ ହଜାର ୫୬୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମ ବ୍ୟୟ ନିମନ୍ତେ ୧ ଲକ୍ଷ କୋଟି, ବିପର୍ଯ୍ୟୟ ମୁକାବିଲା ପାଣ୍ଠି ପାଇଁ ୩ ,୨୧୦ କୋଟି ଏବଂ ରାଜ୍ୟରୁ ସ୍ଥାନୀୟ ନିକାୟଗୁଡ଼ିକୁ ହସ୍ତାନ୍ତର ବାବଦରେ ୭,୨୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଗତ ଆର୍ଥିକ ବର୍ଷ ତୁଳନାରେ ପ୍ରଶାସନିକ ବ୍ୟୟ ୩୩ ପ୍ରତିଶତ ଅଧିକ ରହିଥିବା ବେଳେ ପୁଞ୍ଜି ବ୍ୟୟ ବାବଦକୁ ୩୮,୭୩୨ କୋଟି ଅଟକଳ ହୋଇଛି, ଯାହକି ସାମଗ୍ରିକ ଘରୋଇ ଉତ୍ପାଦ(ଜିଏସ୍‌ଡିପି)ର ୫.୪ ପ୍ରତିଶତ । ଚଳିତ ଆର୍ଥିକ ବର୍ଷରେ ଏ ବାବଦକୁ ଥିବା ଆବଣ୍ଟନ ଗତ ବର୍ଷଠାରୁ ୫୬ ପ୍ରତିଶତ ଅଧିକ ବୋଲି ମନ୍ତ୍ରୀ କହିଛନ୍ତି। ଏହି ବଜେଟରେ ଅନେକ ସଂସ୍କାରମୂଳକ ପଦକ୍ଷେପ ନିଆଯାଇଛି। ବଜେଟକୁ ସମ୍ପୂର୍ଣ୍ଣ ଇଲେକ୍ଟ୍ରୋନିକ ମାଧ୍ୟମରେ ଉପସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ୫-ଟି ମନ୍ତ୍ର ଓ ‘ମୋ ସରକାର’ ସଫଳ ରୂପାୟନ ପାଇଁ ଆବଶ୍ୟକ ବ୍ୟବସ୍ଥା ହୋଇଛି । ଚଳିତ ଆର୍ଥିକ ବର୍ଷରେ ରାଜ୍ୟର ଅଭିବୃଦ୍ଧି ହାର ୮ରୁ ୮.୫ ପ୍ରତିଶତ ରହିବି। ଶିକ୍ଷା, ସ୍ବାସ୍ଥ୍ୟ, କୃଷି ଓ ଅନ୍ୟାନ୍ୟ କ୍ଷେତ୍ରକୁ ସରକାର ଗୁରତ୍ୱ ଦେଉଛନ୍ତି । କୋଭିଡ ସତ୍ତ୍ୱେ ରାଜ୍ୟର ଆର୍ଥିକ ସ୍ଥିତି ଭଲ ରହିଛି ବୋଲି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri