ରାଖୀଙ୍କ ସ୍ବାମୀ ଆଦିଲଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ବମ୍ବେ: ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତଙ୍କ ସ୍ବାମୀ ଆଦିଲ ଖାଁ ଦୁରାନିଙ୍କ ଅଡୁଆ ଦିନକୁ ଦିନ ବଢ଼ି ବଢ଼ି ଚାଲିଛି। ଗୋଟିଏ ପଟେ ରାଖୀ ତାଙ୍କ ଉପରେ ମାରପିଟ୍‌ ଏବଂ ପ୍ରତାରଣା କରିଥିବା ଅଭିଯୋଗ ଆଣିଥିବା ବେଳେ ଏବେ ତାଙ୍କ ବିରୋଧରେ ବଳାତ୍କାର ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି। ଇରାନର ଜଣେ ଛାତ୍ରୀ ଏହି ଅଭିଯୋଗ ଆଣିଛନ୍ତି।

ଛାତ୍ରୀଜଣଙ୍କ ଭି.ଭି ପୁରାମ ପୋଲିସ ଷ୍ଟେଶନରେ ବଳାତ୍କାର ନେଇ ଅଭିଯୋଗ କରିଛନ୍ତି। ଆଦିଲ ତାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଏକ ଆପାର୍ଟମେଣ୍ଟରେ ବଳାତ୍କାର କରିଥିଲେ। ପରେ ବିବାହ ଲାଗି କହିବାରୁ ସେ ସିଧାସିଧା ମନା କରିବା ସହ ତାଙ୍କ ଭଳି ଯୁବତୀ ସହ ଏଭଳି ସମ୍ପର୍କ ସେ ରଖିଥିବା କହିଥିବା ଛାତ୍ରୀଜଣଙ୍କ ଦର୍ଶାଇଛନ୍ତି। ପରେ ଆଦିଲଙ୍କ ବିରୋଧରେ ଧାରା ୩୭୬,୪୧୭, ୪୨୦, ୫୦୪, ୫୦୬ ଅଧୀନରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri