ହାଣ୍ଡିଆ ପିଇ ବୁଲୁଛି ଗୋଠଛଡ଼ା ଦନ୍ତା

ପାଟଣା,୨୭।୧୨(ସ୍ବ. ପ୍ର.)  କେନ୍ଦୁଝର ଜିଲା ପାଟଣା ରେଞ୍ଜ୍‌ରେ ୪ ଦିନ ତଳେ ଗୋଠ ଛଡା ଦନ୍ତା ହାତୀ ଉପଦ୍ରବ କରି ସଦର ରେଞ୍ଜ୍‌ରେ ଡେରା ପକାଇଥିଲା। ଶନିବାର ରାତିରେ ଏହି ଗୋଠ ଛଡା ଦନ୍ତା ହାତୀ ସଦର ରେଞ୍ଜରୁ ଆସି ପାଟଣା ରେଞ୍ଜ ପୋଇପାଣି ବିଟ୍‌ର ଖୁଦ ପୁଟଳି ଗାଁର ବିଦ୍ୟାଧର ମହାନ୍ତଙ୍କ ୩ ବଖରା ଆଜବେଷ୍ଟସ ଘର ଭାଙ୍ଗିଦେଇଥିଲା। ପରେ ବାରିଗାଁରେ ଜଣକ ଘରେ ଥିବା ହାଣ୍ଡିଆ ପିଇ ମାତାଲ ହେବାପରେ ଲକ୍ଷ୍ମୀପଶି ଗାଁରେ ଧାନ ଖାଇସାରି ଗୋବରାବେଡ଼ାରେ ବାଘା ନାଏକଙ୍କ ପାଚେରୀ ଭାଙ୍ଗି ଦେଇଛି। ଏହାପରେ ହାତୀଟି ରବିବାର ସକାଳୁ ଇତସ୍ତତଃ ଭାବେ ଗାଁ ଦାଣ୍ଡରେ ବୁଲୁଥିଲା। ସରାସକଲା ପଞ୍ଚାୟତ ତୁଳସୀପୁର ଗାଁରେ ୨ ଜଣକ ବାଡ଼ିରେ ପଶି ଖଳାରେ ଥିବା ଧାନ କଳେଇ ସହ ଅମଳ ହୋଇ ଥିବା ଧାନ ଖାଇ ବୁଲିବା ଫଳରେ ଲୋକେ ଆତଙ୍କିତ ହୋଇ ପଡ଼ିଥିଲେ । ଦନ୍ତା ହାତୀ ରବିବାର ପାଟଣା ବିଟ୍‌ ଭିମାପଡା ହୁଡ଼ିରେ ରହିଥିବା ରେଞ୍ଜର ଟିକେଶ୍ୱର ମହାନ୍ତ କହିଛନ୍ତି। ଉକ୍ତ ହାତୀକୁ ଅଞ୍ଚଳରୁ ଘଉଡ଼ାଇ ସୁରକ୍ଷିତ ଜଙ୍ଗଲରେ ପହଞ୍ଚାଇବା ସହ କ୍ଷତିଗ୍ରସ୍ତଙ୍କୁ କ୍ଷତି ପୂରଣ ଯୋଗାଇ ଦେବାକୁ ଦାବି ହେଉଥିଲେ ହେଁ ହାତୀକୁ ବନବିଭାଗ ହାତୀ ପଲରେ ମିଶ୍ରଣ କରିବାରେ ସଫଳ ହୋଇନି। ଏଣେ ସ୍ଥାନୀୟ ଲୋକଙ୍କ ସୂଚନା ଅନୁଯାୟୀ ହାତୀ ଦେହରେ କ୍ଷତ ହୋଇଥିବାରୁ ସେ ଉଗ୍ର ହୋଇ ହୋଇ ଉଠିଛି। ତୁରନ୍ତ ଚିକିତ୍ସା କରିବା ଦରକାର ବୋଲି ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri