ଆଖଣ୍ଡଳମଣି ପୀଠରେ ଅସମ୍ଭାଳ ଭିଡ଼

ଆରଡ଼ି, ୨୬।୭ (ଡି.ଏନ.ଏ.) ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ମନ୍ଦିରରେ ଲକ୍ଷାଧିକ କାଉଡ଼ିଆ ଜଳଲାଗି କରିଛନ୍ତି। ସୀମିତ ସ୍ଥାନରେ ଏତେସଂଖ୍ୟକ କାଉଡ଼ିଆଙ୍କ ଉପସ୍ଥିତି ପୀଠ ଓ ଏହା ଆଖପାଖ ଅଞ୍ଚଳରେ ଜଟିଳ ପରିସ୍ଥିତି ସୃଷ୍ଟି କରିଥିଲା। ଭିଡ଼ ଯୋଗୁ କାଉଡ଼ିଆମାନେ ପୀଠର ବିଭିନ୍ନ ସ୍ଥାନରେ ଏପରିକି ଜୀବନ୍ତ ଷଣ୍ଢ ଉପରେ ପାଣି ଢାଳୁଥିବା ଦେଖିବାକୁ ମିଳିଥିଲା। ତେବେ ପୀଠରେ ହାଇମାଷ୍ଟ ଲାଇଟ ଥିଲେ ବି ତାହା କାହିଁକି ସଜଡ଼ା ଯାଉନାହିଁ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପୀଠର କେତେକ ସ୍ଥାନରେ ଅନ୍ଧକାର ଥିବାରୁ କାଉଡ଼ିଆମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ତେବେ ପୀଠରେ ଅସମ୍ଭାଳ ଭିଡ଼ ପରିଲକ୍ଷିତ ହୋଇଛି।
ପୋଲିସ ରବିବାର ସକାଳଠାରୁ ଶତାଧିକ ଛୋଟବଡ଼ ଯାନକୁ ପୀଠକୁ ଛାଡ଼ି ନ ଥିଲା। ମଠଡିହ ଛକରେ ଏହି ଯାନକୁ ଅଟକାଇ ସାଠିବାଙ୍କୁଡ଼ା ଓ ଦୋହରାପାଟଣା ପର୍ଯ୍ୟନ୍ତ ରାସ୍ତାର ଗୋଟିଏ ପାର୍ଶ୍ୱରେ ରଖାଯାଇଥିଲା। ସୋମବାର ସକାଳେ ଯାନଗୁଡ଼ିକୁ ସୁରୁଖୁରୁରେ ଚଳାଚଳ କରିବା ପାଇଁ ପୋଲିସକୁ ନାକେଦମ୍‌ ହେବାକୁ ପଡ଼ିଥିଲା। ମଠଡିହଠାରେ ଟ୍ରାଫିକ୍‌ ଜାମ୍‌ ହେବାରୁ ଆଖଣ୍ଡଳମଣି-ଭଦ୍ରକ ଓ ଆଖଣ୍ଡଳମଣି-ଯାଜପୁର ରାସ୍ତାର ଉଭୟପାର୍ଶ୍ୱରେ ଶତାଧିକ ଚାରି ଚକିଆ ଓ ଦୁଇଚକିଆ ଯାନ ଅଟକି ରହିଥିଲା। ଏପରିକି ଆମ୍ବୁଲାନ୍ସକୁ ମଧ୍ୟ ଘଣ୍ଟାଏ କାଳ ଅଟକି ରହିବାକୁ ପଡ଼ିଥିଲା। ପୀଠ ନିକଟସ୍ଥ ପହଣା, ଆରଡି, ମୁଅଁା, ଭୂଇଁପୁର, ବାତୋଳ ଆଦି ସ୍ଥାନରେ ସ୍କୁଲ ଛୁଟି ରହିବା ପାଇଁ ଜିଲା ଶିକ୍ଷାଧିକାରୀ ଚିଠି କରିଥିଲେ। କିନ୍ତୁ ମଠଡିହ ନୋଡାଲ ଉଚ୍ଚ ବିଦ୍ୟାଳୟ ଛୁଟି ନେଇ କୌଣସି ନିର୍ଦ୍ଦେଶନାମା ନ ଥିଲା। ସ୍କୁଲ ଖୋଲା ଥିବା ଜାଣି ବହୁ ପିଲା ଆସୁଥିବା ବେଳେ ଭିଡ଼ ଦେଖି ଘରକୁ ଫେରିଯାଇଥିଲେ। ଅନ୍ୟପକ୍ଷେ କେତେଜଣ ପିଲା ସ୍କୁଲକୁ ପଶୁଥିବା ବେଳେ ଏକ ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା। ୪ ଜଣ ପିଲା ତଳେ ପଡିଯାଇଥିଲେ। ସେମାନଙ୍କୁ ପ୍ରଥମିକ ଚିକିତ୍ସା କରାଯାଇ ଘରକୁ ପଠାଯାଇଥିଲା। ପୀଠ ପାଖରେ ଥିବା ସମସ୍ତ ବିଦ୍ୟାଳୟ ଛୁଟି ଥିବାବେଳେ ମଠଡିହ ସ୍କୁଲକୁ କାହିଁକି ବନ୍ଦ ପାଇଁ ଚିଠି ହୋଇନି ବୋଲି ଅଭିଭାବକମାନେ ପ୍ରଶ୍ନ ଉଠାଇଛନ୍ତି। ଏଥର ପାଳିରେ ଅସଂଖ୍ୟ ମହିଳା କାଉଡ଼ିଆ ଜଳଲାଗି ପାଇଁ ଆସି ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ପାଣି ଢାଳିବା କିମ୍ବା ମନ୍ଦିରକୁ ପ୍ରବେଶ କରିବାକୁ ସେମାନଙ୍କ ପାଇଁ ପୃଥକ୍‌ ବ୍ୟବସ୍ଥା ନ ଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ। ପରବର୍ତ୍ତୀ ସୋମବାରରେ ମହିଳାମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟାରିକେଡ୍‌ କରାଯିବାକୁ ସେମାନେ ମନ୍ଦିର ପ୍ରଶାସନ ନିକଟରେ ଦାବି କରିଥିଲେ। ଗୁରୁତ୍ୱପୂର୍ଣ୍ଣ କଥା ହେଲା ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବାରୁ କାଉଡ଼ିଆ ଭକ୍ତମାନେ ମାସ୍କ ପିନ୍ଧିବାକୁ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଥିଲା। ହେଲେ ପୀଠକୁ ଆସିଥିବା ଜଣେ ବି କାଉଡ଼ିଆ ମାସ୍କ ପିନ୍ଧି ନ ଥିଲେ। ଏପରିକି ପ୍ରଶାସନିକ ଅଧିକାରୀ ଓ ପୋଲିସ କର୍ମଚାରୀଙ୍କ ମଧ୍ୟରୁ ଅନେକେ ମାସ୍କ ପିନ୍ଧି ନ ଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri