ଅତି ଚତୁରତାର ସହ ପିତ୍ତଳକୁ ସୁନା ଇଟା କହି ଏମିତି କରୁଥିଲେ ବେପାର, ଜଣାପଡିବା ପରେ…

ନୀଳଗିରି, ୪।୯(ପ୍ରଶାନ୍ତ ବିଶ୍ୱାଳ):  ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ବିଭିନ୍ନ ସମୟରେ ହନୁମାନ ପଇସା କାରବାର ହୋଇଆସୁଥିବା ବେଳେ ଗୁରୁବାର ନକଲି ସୁନା ଇଟା କାରବାର ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବକ ଅତି ଚତୁରତାର ସହ ପିତ୍ତଳକୁ ତରଳାଇ ଇଟା ଆକୃତି କରି ତା’ ଉପରେ ସୁନାର ଗୁଣ୍ଡ ପକାଇ ଫିନିଶିଂ କରି ପିତ୍ତଳ ଇଟାର ମଝିରେ ମଝିରେ ଛୋଟ ଛୋଟ ହୋଲ୍‌ କରି ତା ଭିତରେ କିଛି ସୁନା ଗୁଣ୍ଡ ପକାଇ ଲେଭଲ୍‌ କରିଥିଲେ। ଯେଉଁ ବ୍ୟକ୍ତି ଏହାକୁ କିଣିବା ପାଇଁ ଆସନ୍ତି, ସେ ଅତି ଚତୁରତାର ସହ ହୋଲ୍‌ କରିଥିବା ସ୍ଥାନରେ ଗ୍ରାଇଡ଼ିଂ କରି ଅସଲି ସୁନାକୁ ଦେଖାଇ ବେପାର କରିଆସୁଥିଲେ। ମାତ୍ର କ୍ରେତା ଜଣକ ୧୬ ଲକ୍ଷ ଟଙ୍କାରେ ଏହି ଇଟାକୁ କିଣି ବିସ୍କୁଟ ଆକାରରେ କାଟିଥିଲେ। ପରେ ଏହା ନକଲି ବୋଲି ଜଣାପଡ଼ିଥିଲା। ତେବେ ଏନେଇ ଗତ ଅଗଷ୍ଟ ୧ ତାରିଖରେ ଗଞ୍ଜାମ ବ୍ରହ୍ମପୁର ଅଞ୍ଚଳର କୃଷ୍ଣ ନାୟକ ଏ ସମ୍ପର୍କରେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (ନଂ. ୧୧୨/୨୫) ରୁଜୁ କରି ଖୋଳତାଡ଼ ଆରମ୍ଭ କରିଥିଲା। ଏହି ନକଲି ସୁନା ଇଟା କାରବାର ପଛରେ ଏକ ର଼୍ୟାକେଟ୍‌ ଥିବାର ପୋଲିସ୍‌ ତଦନ୍ତରୁ ଜାଣିପାରିଥିଲା।
ନୀଳଗିରିରୁ କେନ୍ଦ୍ରାପଡ଼ା ପର୍ଯ୍ୟନ୍ତ ଏହାର ଚେର ଲମ୍ବିଥିବା ଜଣାପଡ଼ିଛି। ଶେଷରେ ଗୁରୁବାର ନୀଳଗିରି ସହରର ମୁଖ୍ୟ ଅଭିଯୁକ୍ତଙ୍କୁ ଶେରଗଡ଼ ଟୋଲ ଗେଟ ନିକଟରେ ପୋଲିସ କାବୁ କରିଥିଲା। ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କଲା ପରେ ତାଙ୍କ ଘର ବାହାରେ ଏକ ସ୍ଥାନରେ ଗାତ କରି ପୋତିଥିବା ନକଲି ସୁନା ଇଟାକୁ ପୋଲିସ ଜବତ କରିଛି। ଏହି ଘଟଣାରେ ପୋଲିସ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ା ଅଞ୍ଚଳରୁ ଗିରଫ କରିଛି। ଏହି କାରବାରରେ ଅନ୍ୟ ୫ ଜଣ ଯୁବକଙ୍କ ସମ୍ପୃକ୍ତି ରହିଥିବା ବେଳେ ଖୁବ୍‌ ଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ସୂଚନା ଯେ, ଗତ ଅଗଷ୍ଟ ୧୫ତାରିଖରେ ମୟୂରଭଞ୍ଜ ଜିଲା କପ୍ତିପଦା ଅଞ୍ଚଳରେ ଏହି ସୁନା ଇଟା କାରବାର ନେଇ ବ୍ୟବସାୟୀଙ୍କ ସହ କ୍ରେତା ଜଣଙ୍କର ଡିଲ୍‌ ହୋଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?