Posted inଖେଳ

୪୧ ବର୍ଷ ପରେ ଜଣେ ଭାରତୀୟଙ୍କୁ ମିଳିଲା ଏହି ପୁରସ୍କାର: ମୋଦି ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ,୨୫।୭: ଜୁଲାଇ ୨୨ରେ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଦ୍ୱାରା ଭାରତର ଭେଟେରାନ ଶୁଟର ଅଭିନବ ବିନ୍ଦ୍ରାଙ୍କୁ ଅଲିମ୍ପିକ ଅର୍ଡର ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ବିଶେଷ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ୨୦୦୮ ବେଜିଂ ଅଲିମ୍ପିକ୍ସର ୧୦ ମିଟର ଏୟାର ରାଇଫଲ ଇଭେଣ୍ଟରେ ଅଭିନବ ସ୍ବର୍ଣ୍ଣ ପଦକ ଜିତିଥିଲେ। ବର୍ତ୍ତମାନ ନରେନ୍ଦ୍ର ମୋଦିଏହି ପୁରସ୍କାର ଗ୍ରହଣ କରିଥିବାରୁ ସୋସିଆଲ ମିଡିଆ ମାଧ୍ୟମରେ ଅଭିନବ ବିନ୍ଦ୍ରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ମୋଦି ଲେଖିଛନ୍ତି, ଜଣେ କ୍ରୀଡ଼ାବିତ୍‌ ଭାବରେ ଅଭିନବ କ୍ରୀଡ଼ା ଏବଂ ଅଲିମ୍ପିକ ଆନ୍ଦୋଳନରେ ଉଲ୍ଲେଖନୀୟ ଅବଦାନ ରଖିଛନ୍ତି। ଅଲିମ୍ପିକ ଅର୍ଡର ପୁରସ୍କାର ହେଉଛି ଆଇଓସି ଦ୍ୱାରା ଜଣେ ଆଥଲେଟଙ୍କୁ ପ୍ରଦାନ କରାଯାଇଥିବା ସର୍ବୋଚ୍ଚ ପୁରସ୍କାର।
ଅଲିମ୍ପିକ ଅର୍ଡର ୧୯୭୫ରେ ପ୍ରତିଷ୍ଠିତ ହୋଇଥିଲା ଏବଂ ଅଲିମ୍ପିକ ଆନ୍ଦୋଳନ ଅଧୀନରେ ଦିଆଯାଇଥିବା ସର୍ବୋଚ୍ଚ ପୁରସ୍କାର ଅଟେ। ଏହାପୂର୍ବରୁ ଅଲିମ୍ପିକ ଗେମ୍ସ ଶେଷରେ ଆଇଓସି ସାଧାରଣତଃ ଆଥଲେଟ୍‌ଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରିଥିଲା, କିନ୍ତୁ ଏଥର ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ପୂର୍ବରୁ ବିନ୍ଦ୍ରାଙ୍କୁ ସମ୍ମାନିତ କରାଯାଇଥିଲା। ତା’ପରେ ଏହି ପୁରସ୍କାରକୁ ତିନୋଟି ଶ୍ରେଣୀରେ ଦିଆଯାଇଥିଲା – ସ୍ବର୍ଣ୍ଣ, ରୌପ୍ୟ ଏବଂ ବ୍ରୋଞ୍ଜ, କିନ୍ତୁ ୧୯୮୪ରେ ରୌପ୍ୟ ଏବଂ ବ୍ରୋଞ୍ଜ ବର୍ଗଗୁଡିକ ରଦ୍ଦ କରାଯାଇଥିଲା। ଶେଷ ଥର ପାଇଁ ଜଣେ ଭାରତୀୟ ୧୯୮୩ରେ ଇନ୍ଦିରା ଗାନ୍ଧୀ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri