ୟୁକ୍ରେନରେ ଜଣେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

କ୍ୱିଭ,୧।୩: ରୁଷିଆ ଓ ୟୁକ୍ରେନ ଯୁଦ୍ଧର ୬ଷ୍ଠ ଦିନରେ ବି ଭୟଙ୍କର ଗୁଳିଗୋଳା ଜାରି ରହିଛି। ଇତିମଧ୍ୟରେ ୟୁକ୍ରେନରେ ଜଣେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଖାର୍କ୍ୱିଭରେ ରୁଷିଆ ପକ୍ଷରୁ ହୋଇଥିବା ଗୁଳିବିନିମୟରେ ମଙ୍ଗଳବାର ସକାଳେ ଜଣେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି। ଏନେଇ ବର୍ହିବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି ଟୁଇଟ କରି ସୂଚନା ଦେଇଛନ୍ତି। ଛାତ୍ରଙ୍କ ବିୟୋଗରେ ବର୍ହିବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି। ପରିବାର ଲୋକଙ୍କ ପ୍ରତି ଗଭୀର ସମବେଦନା ଜଣାଇ ତାଙ୍କ ସହ ଯୋଗାଯୋଗରେ ରହିଛୁ ବୋଲି ଅରିନ୍ଦମ ବାଗଚି କହିଛନ୍ତି। ତେବେ ମୃତ ଛାତ୍ର ଜଣକ ହେଉଛନ୍ତି କର୍ନାଟକର ହାବେରୀ ଜିଲା ଚଲାଗେରୀର ୨୧ ବର୍ଷୀୟ ନବୀନ ଏସ୍‌ଜି। ଅନ୍ୟପଟେ ୟୁକ୍ରେନରେ ଅଟକି ରହିଥିବା ଭାରତୀୟ ଛାତ୍ର ଓ ନାଗରିକଙ୍କୁ ନେଇ ମନ୍ତ୍ରଣାଳୟ ଚିନ୍ତା ପ୍ରକାଟ କରିଛି। ଏଥିପାଇଁ ରୁଷିଆ ବୈଦେଶିକ ସଚିବ ଓ ୟୁକ୍ରେନର ରାଷ୍ଟ୍ରଦୂତଙ୍କ ସହ ଆଲୋଚନା କରି ଭାରତୀୟ ନାଗରିକଙ୍କୁ ତୁରନ୍ତ ନିରାପଦ ମାର୍ଗରେ ସ୍ବଦେଶ ଫେରାଇ ଆଣିବାକୁ ଉଦ୍ୟମ କରାଯାଉଛି ବୋଲି ବାଗଚି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?