ଓଡ଼ିଶାର ସବୁ ଆନ୍ତଃ ରାଜ୍ୟ ବିବାଦର ସମାଧାନ ପାଇଁ ଗଠନ ହେବ ଆନ୍ତ ମନ୍ତ୍ରୀ ସ୍ତରୀୟ କମିଟି

ଭୁବନେଶ୍ୱର,୧୩।୧୧: ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ( Inter Ministerial Committee ) ଗଠନ କରାଯିବ। ଆଜି ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ବୈଠକରେ ବିଭିନ୍ନ ଆନ୍ତଃ ରାଜ୍ୟ ବିବାଦ ସଂପର୍କରେ ବିଷଦ ଆଲୋଚନା କରାଯାଇଥିଲା। ପୋଲାଭରମ, ବଂଶଧାରା, ମହାନଦୀ, କୋଟିଆ ଆଦି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା।

ଆଲୋଚନାରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଆଇନ ବିଭାଗ ପ୍ରମୁଖ ସଚିବ ମାନସ ରଞ୍ଜନ ବାରିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri