ଧନୁଯାତ୍ରାରେ ଫ୍ରିଡମ୍‌ ଅଏଲ୍‌ର ଆକର୍ଷଣୀୟ ଷ୍ଟଲ୍‌

ଭୁବନେଶ୍ୱର,୨୪।୧: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଫ୍ରିଡମ୍‌ ଅଏଲ୍‌ର ଆକର୍ଷଣୀୟ ଷ୍ଟଲ୍‌ (ସର୍ବବୃହତ୍‌ ଫ୍ରିଡମ୍‌ ଷ୍ଟଲ୍‌) ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଫ୍ରିଡମ୍‌ ଅଏଲ୍‌ର ଓଡ଼ିଶା ହେଡ୍‌ ଅମିୟ କୁମାର ଧଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କିରଣ କୁମାର ସାମଲ,ବିକ୍ରମାଦିତ୍ୟ ଗୁପ୍ତା, ସଞ୍ଜୀବ ରଥ, ମଧୁସୂଦନ ଦେହୁରୀ ପ୍ରମୁଖ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ସମ୍ବଲପୁର ଜିଲାର ବିଶ୍ବପ୍ରସିଦ୍ଧ ମୁକ୍ତରଙ୍ଗ ମଞ୍ଚ ଧନୁଯାତ୍ରା ସମଗ୍ର ବିଶ୍ବ ଦରବାରରେ ଏକ ସ୍ବତନ୍ତ୍ର ସ୍ଥାନ ବଜାୟ ରଖିପାରିଛି। ଉକ୍ତ ଧନୁଯାତ୍ରାରେ କଂସ ମହାରାଜ ସମଗ୍ର ଜିଲା ପରିକ୍ରମାକରି ପ୍ରଜାମାନଙ୍କର ବିଭିନ୍ନ ଅଭିଯୋଗ ଗ୍ରହଣକରି ତା’ର ସମାଧାନ କରିଥାନ୍ତି। ଏଥିସହ ଯାତ୍ରାରେ ଘରକରଣା ସାମଗ୍ରୀଠାରୁ ଆରମ୍ଭକରି ବିଭିନ୍ନ ପ୍ରକାର ସୁସ୍ବାଦୁ ଖାଦ୍ୟପେୟ ସହ ମିନାବଜାର ଦର୍ଶକଙ୍କୁ ଖୁବ୍‌ ମନୋରଞ୍ଜନ ଯୋଗାଇଥାଏ।
ଏହି ପରିପ୍ରେକ୍ଷୀରେ ଧନୁଯାତ୍ରାକୁ ଆସୁଥିବା ସମସ୍ତ ଦେଖଣାହାରୀଙ୍କୁ ଫ୍ରିଡମ୍‌ ଅଏଲ ପରିବାର ପକ୍ଷରୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇବା ସହ ଫ୍ରିଡମ୍‌ ଖାଆନ୍ତୁ ଏବଂ ଫ୍ରିଡମ୍‌ରେ ରୁହନ୍ତୁ ବୋଲି ଧଳ ବିସ୍ତୃତ ଭାବେ ମତବ୍ୟକ୍ତ କରିଥିଲେ। ସେହିଭଳି ଯାତ୍ରାରେ ପ୍ରବଳ ଜନସମାଗମ ହେବା ସାଙ୍ଗକୁ ଫ୍ରିଡମ୍‌ ଷ୍ଟଲ୍‌ରେ ମଧ୍ୟ ଭିଡ଼ ଦେଖିବାକୁ ମିଳିଥିଲା। ଏପରିକି ମେଳାକୁ ଆସୁଥିବା ପ୍ରତ୍ୟେକ ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ କମ୍ପାନୀ ପକ୍ଷରୁ ଆକର୍ଷଣୀୟ ଅଫର ଯୋଗାଇ ଦିଆଯାଉଛି। ଫ୍ରିଡମ୍‌ର ଯେକୌଣସି ତେଲ କିଣିଲେ କମ୍ପାନୀ ପକ୍ଷରୁ ଏକ ନିଶ୍ଚିତ ଆକର୍ଷଣୀୟ ଉପହାର ପ୍ରଦାନ କରାଯାଇଥିବାବେଳେ ୨ଲିଟର ସନ୍‌ଫ୍ଲାୱାର ଏବଂ ୧ ଲିଟର ସୋରିଷ ତେଲ ଉପରେ କମ୍ବୋ ଅଫର ଗ୍ରାହକଙ୍କୁ ବେଶ୍‌ ଆକୃଷ୍ଟ କରୁଛି। ଏଥିସହ ପୁନଃ ବ୍ୟବହାର ହୋଇପାରୁଥିବା ୫ଲିଟର ଜାର୍‌ କଚି ଘନୀ ସୋରିଷ ତେଲକୁ ଗ୍ରାହକ ବେଶ୍‌ ପସନ୍ଦ କରୁଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri