Posted inଖେଳ

ଏକଦା ଅଣ୍ଡରଓ୍ବାଲ୍ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌କୁ ଡ୍ରେସିଂ ରୁମ୍‌ ବାହାରକୁ ତଡ଼ି ଦେଇଥିଲେ କପିଲ ଦେବ; କାରଣ ଜାଣିଲେ..

ନୂଆଦିଲ୍ଲୀ,୯।୬: ଭାରତୀୟ କ୍ରିକେଟ ଟିମ୍‌କୁ ବିଶ୍ୱକପ୍‌ ଜିତାଇଥିବା ପ୍ରଥମ ଅଧିନାୟକ ହେଲେ କପିଲ ଦେବ। ସେ ଅନୁଶାସନକୁ ବ୍ରତ କରିଥିଲେ। ଅଧିନାୟକ ଭାବେ ଦାୟିତ୍ୱ ସମ୍ପାଦନ କରିବା ପରେ ସେ ଭାରତୀୟ ଦଳର କୋଚ୍‌ ପଦ ମଧ୍ୟ ସମ୍ଭାଳିଥିଲେ। ଏହି ସମୟ ମଧ୍ୟରେ ଅନେକ ସ୍ମରଣୀୟ ଘଟଣା ଘଟିଛି। ଏକଦା ତାଙ୍କର ସାଥୀ ଖେଳାଳି ଦିଲୀପ ବୈଗସରକର ଦାଉଦ ଇବ୍ରାହିମ୍‌ ଓ କପିଲଙ୍କ ବିଷୟରେ ବଡ ଖୁଲାସା କରିଥିଲେ।

୧୯୮୬ରେ ଭାରତୀୟ ଦଳର ଡ୍ରେସିଂ ରୁମ୍‌କୁ ଆସିଥିଲେ ଅଣ୍ଡରଓ୍ବାଲ୍ଡ ଡନ୍‌ ଦାଉଦ। ପାକିସ୍ତାନ ବିପକ୍ଷରେ ଦଳ ମ୍ୟାଚ୍‌ ଜିତିଲେ ସମସ୍ତ ଖେଳାଳିଙ୍କୁ ଉପହାର ସ୍ବରୂପ କାର୍‌ ଦେବାକୁ ସେ କହିଥିଲେ। ଅଷ୍ଟ୍ରେଲେସିଆ କପ୍‌ ଫାଇନାଲର ଠିକ୍‌ ପୂର୍ବରୁ ଦାଉଦ ଏହା କହିଥିଲେ। ମହମୁଦ ଖେଳାଳିମାନଙ୍କର ପରିଚୟ ତାଙ୍କ ସହ କରାଇଥିଲେ। ଦାଉଦ ନିଜକୁ ବଡ ବ୍ୟବସାୟୀ ବୋଲି ପରିଚୟ ଦେଇଥିଲେ। କାଲିର ମ୍ୟାଚ୍‌ ଜିତିଲେ ସମସ୍ତଙ୍କୁ କାର୍‌ ଉପହାର ଦେବା କଥା ସେ ବାରମ୍ବାର ଦୋହରାଉଥିଲେ। ଏହି ସମୟରେ କପିଲ ଖବରଦାତା ସମ୍ମିଳନୀରେ ଉଦ୍‌ବୋଧନ ଦେଇ ସାରି ଡ୍ରେସିଂ ରୁମ୍‌ ଭିତରକୁ ଆସିଥିଲେ। ଦାଉଦଙ୍କୁ ଦେଖି ସେ ତାଙ୍କୁ ସିଧାସିଧା ବାହାରକୁ ଯିବା ପାଇଁ କହିଥିଲେ। ଏହାପରେ ଦାଉଦ ବାହାରକୁ ଯାଇ ଗାଡ଼ି ଦେବିନାହିଁ ବୋଲି ରାଗରେ କହିଥିଲେ। ଯଦିଓ କପିଲ ସେତେବେଳେ ଦାଉଦଙ୍କୁ ଭଲଭାବେ ଜାଣି ନ ଥିଲେ ତଥାପି ତାଙ୍କୁ ଦେଶ ଭିତରେ କ’ଣ ବାହାରେ ମଧ୍ୟ କେହି ଧମକ ଦେଇପାରୁ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?