Posted inଖେଳ

ମାରାଡୋନାଙ୍କ ମୃତ୍ୟୁ ଘଟଣାର ତଦନ୍ତ

ବୁଏନ୍ସଆୟାର୍ସ, ୧ା୧୨(ଏପି)-ଡିଏଗୋ ମାରାଡୋନାଙ୍କ ମୃତ୍ୟୁକୁ ନେଇ ଆର୍ଜେଣ୍ଟିନା ପୋଲିସ କିମ୍ବଦନ୍ତୀ ଫୁଟ୍‌ବଲରଙ୍କ ବାସଭବନ ଏବଂ କାର୍ଯ୍ୟାଳୟରେ ତଦନ୍ତ ଆରମ୍ଭ କରିଦେଇଛନ୍ତି। ୬୦ବର୍ଷୀୟ ଫୁଟ୍‌ବଲ ଷ୍ଟାରଙ୍କ ବ୍ୟକ୍ତିଗତ ଡାକ୍ତର ସ୍ନାୟୁ ବିଶେଷଜ୍ଞ ଲେପୋଲ୍ଡୋ ଲକ୍‌ଙ୍କୁ ତଦନ୍ତର ଅଂଶବଶେଷ କରାଯାଇଛି। ମାରାଡୋନାଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଥିଲା। ତଦନ୍ତକାରୀ ଦଳ ତାଙ୍କ ସମ୍ପର୍କୀୟମାନଙ୍କ ବୟାନ ରେକର୍ଡ କରୁଛି। ତାଙ୍କ ମେଡିକାଲ ରେକର୍ଡକୁ ମଧ୍ୟ ଯାଞ୍ଚ କରି ଦେଖୁଛି। ମାରାଡୋନାଙ୍କର ବୁଏନ୍ସଆୟାର୍ସ ବାହାରେ ଏକ ବାସଗୃହରେ ହୃଦ୍‌୍‌ଘାତରେ ପ୍ରାଣହାନି ଘଟିଥିଲା। ଏହାପୂର୍ବରୁ ନଭେମ୍ବର ୩ରେ ତାଙ୍କ ମସ୍ତିଷ୍କରେ ସଫଳ ଅସ୍ତ୍ରୋପଚାର କରାଯାଇଥିଲା। ଏଥିରୁ ସେ ଆରୋଗ୍ୟ ଲାଭ କରିଥିଲେ ମଧ୍ୟ। ହେଲେ ତାଙ୍କର ଅତ୍ୟଧିକ ଆଲ୍‌କୋହଲ୍‌ ଏବଂ ଡ୍ରଗ୍ସ ସେବନ ଆଦି ଅନ୍ୟ କେତେକ ସମସ୍ୟା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଲକିପରଙ୍କ ଦମ୍‌ଦାର ପ୍ରଦର୍ଶନ, ଇରାନର ନକ୍‌ଆଉଟ୍‌ ଆଶା ଉଜ୍ଜୀବିତ

ଇଙ୍ଗଲଉଡ୍‌,୨୨ା୬: ଚଳିତ ଫିଫା ବିଶ୍ୱକପ୍‌ରେ ସୋମବାର ଶକ୍ତିଶାଳୀ ବେଲଜିୟମ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ ୦-୦ ଗୋଲରେ ଇରାନ ଡ୍ର’ ରଖିଛି। ଏଥିସହିତ ଦଳ ନକ୍‌ଆଉଟ୍‌ ରାଉଣ୍ଡ ଅଭିମୁଖେ…

ଜର୍ମାନୀକୁ ବଡ଼ ଝଟ୍‌କା: ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ଏହି ଡିଫେଣ୍ଡର

ଇଙ୍ଗଲଉଡ୍‌,୨୨ା୬- ଜର୍ମାନୀର ଡିଫେଣ୍ଡର ନିକୋ ସ୍କଲଟରବେକ ଚଳିତ ବିଶ୍ୱକପ୍‌ ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଗତ ରବିବାର ଆଇଭରୀ କୋଷ୍ଟ ବିପକ୍ଷ ମ୍ୟାଚ୍‌ରେ ତାଙ୍କ ବାମ ଆଙ୍କଲରେ ଆଘାତ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

ଟିମ ଇଣ୍ଡିଆକୁ ଘାରିଲାଣି 2026 ଟି-20 ବିଶ୍ୱକପରୁ ବାହାରି ଯିବାର ଭୟ; ଗୋଟିଏ ପରାଜୟ ବଢାଇଲା ଟେନସନ

ନୂଆଦିଲ୍ଲୀ,୨୨।୬: ଜୁନ ୧ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଭାରତ ପରାଜୟ ବରଣ କରିଥିଲା। ଏହି ଫଳାଫଳ ଗ୍ରୁପ ୧ ପଏଣ୍ଟ ଟେବୁଲର ଗତିଶୀଳତାକୁ ସମ୍ପୂର୍ଣ୍ଣ…

ପିତୃ ଦିବସରେ ବାପାଙ୍କୁ ବିଳାସପୂର୍ଣ୍ଣ କାର ଉପହାର ଦେଲେ ଏହି କ୍ରିକେଟର, ଦାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୬: ଭାରତୀୟ ଟିମର ଇଂଲଣ୍ଡ ଗସ୍ତ ୧ ଜୁଲାଇରୁ ଆରମ୍ଭ ହେବାକୁ ଯାଉଛି। ଏହି ଗସ୍ତ ସମୟରେ, ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ପାଞ୍ଚଟି ଟି-୨୦ ମ୍ୟାଚ…

ପ୍ଲେୟାର ଅଫ ଦ ମ୍ୟାଚ ବିବେଚିତ ହେବା ପରେ ସମାଲୋଚକମାନଙ୍କୁ କଡ଼ା ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୨।୬: ଶ୍ରୀଲଙ୍କା ଏ’କୁ ପରାସ୍ତ କରିବା ପରେ ‘ପ୍ଲେୟାର ଅଫ ଦି ମ୍ୟାଚ’ ବିବେଚିତ ବୈଭବ ସୂର୍ଯ୍ୟବଂଶୀ କହିଛନ୍ତି ଯେ ସେ ପ୍ରଥମ ୧୦ ଓଭରର ଫାଇଦା…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri