Posted inଖେଳ

ଦର୍ଶକଙ୍କ ଅନୁପ୍ରବେଶ ଘଟଣାର ତଦନ୍ତ ଆରମ୍ଭ

ମେଲବୋର୍ନ, ୪।୪ (ଏପି): ଅଷ୍ଟ୍ରେଲିଆନ୍‌ ଫର୍ମୁଲା ଓ୍ବାନ୍‌ ଗ୍ରାଁ ପ୍ରି ଶେଷରେ କିଛି ଦେଖଣାହାରି ସୁରକ୍ଷା ବ୍ୟବସ୍ଥାକୁ ଅତିକ୍ରମ କରି ଟ୍ରାକ୍‌ ଆଡ଼କୁ ଚାଲିଯାଇଥିଲେ। ଏହା କିପରି ଘଟିଲା ଅଷ୍ଟ୍ରେଲିଆ ଗ୍ରାଁ ପ୍ରି ଆୟୋଜକଙ୍କ ତରଫରୁ ତାହାର ତଦନ୍ତ ଆରମ୍ଭ ହୋଇଛି। ଅଷ୍ଟ୍ରେଲିଆନ୍‌ ଗ୍ରାଁ ପ୍ରି ଦେଖିବା ଲାଗି ୪ ଦିନରେ ରେକର୍ଡ ୪୪୪, ୬୩୧ ଦର୍ଶକ ଆସିଥିଲେ। ତନ୍ମଧ୍ୟରେ କେବଳ ରବିବାର ଉପସ୍ଥିତ ଦର୍ଶକଙ୍କ ସଂଖ୍ୟା ୧୩୧,୧୨୪ ରହିଥିଲା। ଫର୍ମୁଲା ଓ୍ବାନ୍‌ପ୍ରେମୀମାନେ ସୁରକ୍ଷା ବାଡ଼ ଡେଇଁ ଟ୍ରାକ୍‌ଆଡ଼କୁ ମୁହଁାଇଥିଲେ। ରେସ୍‌ ପ୍ରମୋଟରମାନଙ୍କୁ ରବିବାର ରାତିରେ ଷ୍ଟିଓ୍ବାର୍ଡମାନଙ୍କର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଯଥେଷ୍ଟ ସୁରକ୍ଷା ଏବଂ ନିରାପତ୍ତା ବ୍ୟବସ୍ଥା ଗ୍ରହଣ କରାଯାଇ ନ ଥିବା ସେମାନେ ସ୍ବୀକାର କରିଥିଲେ। ଅଷ୍ଟ୍ରେଲିଆ ଗ୍ରାଁ ପ୍ରି କର୍ପୋରେଶନ ତରଫରୁ ଘଟଣାର ସମୀକ୍ଷା କରାଯାଉଛି। ଏଥିରେ ଭିକ୍ଟୋରିଆ ପ୍ରଦେଶ ପୋଲିସ ମଧ୍ୟ ରହିଛି। ଜୁନ୍‌ ୩୦ ସୁଦ୍ଧା ମୋଟର ସ୍ପୋଟର୍‌ସର ବିଶ୍ୱ ଗଭର୍ନିଂ ବଡି ଏଫ୍‌ଆଇଏ(ଫେଡେରେଶନ ଅଫ୍‌ ଇଣ୍ଟରନ୍ୟାଶନାଲ ଅଟୋମୋବାଇଲ) ନିକଟରେ ରିପୋର୍ଟ ଉପସ୍ଥାପନ କରାଯିବ ବୋଲି ଏହାର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଣ୍ଡ୍ର୍ୟୁ ଓ୍ବାଲ୍‌କଟ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ କି ପ୍ରକାର ଦଣ୍ଡବିଧାନ କରାଯିବ ତାହା ସ୍ଥିର କରିବା ଲାଗି ପୁନଃ ତଦନ୍ତ ପାଇଁ ଏଫ୍‌ଆଇଏ ଓ୍ବାଲର୍‌ଡ ମୋଟର ସ୍ପୋଟର୍‌ସ କାଉନ୍‌ସିଲକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri