ଟ୍ରେନରେ ଯୁବତୀଙ୍କୁ ପିଟିବା ଘଟଣାର ତଦନ୍ତ ଆରମ୍ଭ

ରାଉରକେଲା ଅଫିସ, ୩।୧୦: ଗୀତାଞ୍ଜଳି ଏକ୍ସପ୍ରେସରେ ଯାଉଥିବା ବେଳେ ଜଣେ ମହିଳା ଇଞ୍ଜିନିୟରଙ୍କୁ ମାଡ଼ ଘଟଣାରେ ରାଉରକେଲା ଜିଆର୍‌ପିର ୫ଜଣିଆ ସ୍ବତନ୍ତ୍ର ଟିମ୍‌ ରବିବାର ଟାଟା ଗସ୍ତ କରିଛନ୍ତି। ଏହି ଟିମ୍‌ ଟାଟା ରେଲୱେ କଲୋନୀରେ ରହୁଥିବା ଆର୍‌ପିଏଫ୍‌ କନଷ୍ଟେବଳ ଅଜିତ କୁମାର ନାୟକଙ୍କୁ ଘଟଣା ସମ୍ପର୍କରେ ଅଧିକ ପଚରାଉଚରା କରିବେ ବୋଲି ଜଣାପଡ଼ିଛି।
ସୂଚନା ଅନୁସାରେ, କର୍ଣ୍ଣାଟକ ରାଜ୍ୟ ଧନବାଦ ଜିଲା ନରେନ୍ଦ୍ର ଗ୍ରାମରେ ଅନୀତା ରାଜଶ୍ରେଷ୍ଠ(୩୦) ସପରିବାର ରୁହନ୍ତି। ସେ କୌଣସି କାମ ପାଇଁ ମହାରାଷ୍ଟ୍ରର ଗୁନ୍ଧିଆ ଷ୍ଟେଶନରୁ ଗୀତାଞ୍ଜଳି ଏକ୍ସପ୍ରେସ ଯୋଗେ ହାୱଡ଼ା ବାହାରିଥିଲେ। ଅନୀତା ବିନା ଟିକେଟରେ ଗୀତାଞ୍ଜଳି ଏକ୍ସପ୍ରେସ୍‌ର ଏସ୍‌-୩ ବଗିରେ ଥିବା ଏକ ସିଟ୍‌ରେ ବସିଥିଲେ। ଶନିବାର ଟ୍ରେନ୍‌ଟି ରାଉରକେଲା ପାନପୋଷ ଷ୍ଟେଶନରେ ପହଞ୍ଚିବା ବେଳେ ଆର୍‌ପିଏଫ୍‌ କନଷ୍ଟେବଳ ନାୟକ ତାଙ୍କୁ ଟିକେଟ ମାଗିଥିଲେ। ମହିଳା ଜଣଙ୍କ ଟିକେଟ କରି ନ ଥିବା କଥା ସ୍ବୀକାର କରି ତାଙ୍କୁ କୌଣସି ଟିକେଟ ଦେଖାଇ ନ ଥିଲେ। ଫଳରେ ଅଜିତ ମହିଳା ଜଣଙ୍କୁ ସିଟ୍‌ ଛାଡ଼ିବା ପାଇଁ କହିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ମହିଳାଙ୍କ ବ୍ୟବହାରରେ ଅତିଷ୍ଠ ହୋଇ ଅଜିତ ବାଡ଼ିରେ ଅନୀତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏଥିରେ ଅନୀତାଙ୍କ ମୁଣ୍ଡ ଫାଟି ଯାଇଥିଲା। ଟ୍ରେନ୍‌ଟି ରାଉରକେଲା ଷ୍ଟେଶନରେ ପହଞ୍ଚିବା ପରେ ମହିଳା ଜଣକ ଜିଆର୍‌ପି ଥାନାରେ ଏ ନେଇ ଅଭିଯୋଗ କରିଥିଲେ। ତେବେ ଏହି ଘଟଣାର ଅଧିକ ତଦନ୍ତ ପାଇଁ ପୋଲିସ ଟାଟା ଯାଇଥିବା ଜିଆର୍‌ପି ସବଇନ୍ସପେକ୍ଟର ଦେବେନ୍ଦ୍ର ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri