କଲଭର୍ଟ ଉପରକୁ ଚଢ଼ିଗଲା ଆଇରନ ବୋଝେଇ ଟ୍ରକ୍‌, ଚାପି ହୋଇଗଲେ ଡ୍ରାଇଭର

ବିଶୋଇ,୧୬ା୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ୪୯ ନଂ ଜାତୀୟ ରାଜପଥସ୍ଥିତ ସ୍ଥାନୀୟ ଚଟାଣି ଛକ ନିକଟରେ ଏକ ଆଇରନ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ କଲଭର୍ଟ ଉପରକୁ ଚଢ଼ିଯିବାରୁ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ତେବେ ହେଲ୍ପର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତ ଟ୍ରକ ଡ୍ରାଇଭର ଜଣଙ୍କ ହେଲେ କେନ୍ଦୁଝର ଜିଲା ରାଇଁସୁଆ ଅଞ୍ଚଳର ପପୁନି ମୁଣ୍ଡା (୨୫) ଓ ଗୁରୁତର ହେଲ୍ପର ଜଣଙ୍କ ମଧ୍ୟ ଉକ୍ତ ଥାନା ଅଞ୍ଚଳର ନୁନକୁ ବେଣ୍ଟକାର (୩୨)।

ସୂଚନାଥାଉକି, ଗତକାଲି ବିଳମ୍ବିତ ରାତିରେ କେନ୍ଦୁଝର ପଟୁ ଏକ ଆଇରନ ବୋଝେଇ ଟ୍ରକ୍‌ (ଓ ୦୪ କ୍ୟୁ ୨୮୭୨) ଆସୁଥିବା ସମୟରେ ଭାରସାମ୍ୟ ହରାଇ ଚଟାଣି ଛକ ନିକଟସ୍ଥ ଏକ କଲଭର୍ଟ ଉପରକୁ ଚଢ଼ି ଯାଇଥିଲା। ଟ୍ରକ୍‌ ଖୁବ୍‌ ଦ୍ରୁତ ଗତିରେ ଥିବା ହେତୁ କଲଭର୍ଟରେ ଜୋର୍‌ରେ ଧକ୍କା ଲାଗିଥିଲା। ଟ୍ରକର ଇଞ୍ଜିନ ଓ ଡାଲା ଦୁଇ ଭାଗ ହୋଇଯାଇଥିଲା। ଟ୍ରକ ଚାଳକଙ୍କ ଇଞ୍ଜିନ ମଧ୍ୟରେ ଚାପି ହୋଇ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ତେବେ ହେଲ୍ପର ଟ୍ରକରୁ ୪୦ ଫୁଟ ଦୂରକୁ ଛିଟିକି ପଡ଼ି ଅଳ୍ପକେ ରକ୍ଷା ପାଇଥିଲେ ସୁଦ୍ଧା ଗୁରୁତର ହୋଇଛନ୍ତି। ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ ଘଟଣା ସମ୍ପର୍କରେ ଜାଣି ଦମକଳବାହିନୀକୁ ଖବର ଦେଇଥିଲା। ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତ ଡ୍ରାଇଭରଙ୍କୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ସେହିପରି ଗୁରୁତର ଅବସ୍ଥାରେ ହେଲ୍ପରକୁ ଉଦ୍ଧାର କରି ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଥିଲା। ଏହି ଘଟଣାକୁ ନେଇ ବିଶୋଇ ଥାନାରେ କେସ୍‌ ନଂ ୩୭/୨୩ରେ ଏକ ମାମଲା ରୁଜୁ ହୋଇଥିବାର ଜଣାପଡିଛି। ଟ୍ରକ୍‌ ଚାଳକଙ୍କ ଆଖି ଲାଗି ଯାଇଥିବାରୁ ଏହିପରି ଘଟଣା ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

ପ୍ରଶଂସା ନୁହେଁ ପ୍ରୋତ୍ସାହନ

ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?