ମାଟି ତଳୁ ମିଳିଲା ଲୌହ ସ୍ତମ୍ଭ

କଟକ ଅଫିସ,୩୦ା୧: କଟକ ଯୋବ୍ରାସ୍ଥିତ ନୌବାଣିଜ୍ୟ ସଂଗ୍ରହାଳୟ ପଛପାର୍ଶ୍ୱ ଶନିବାର ଖନନ ସମୟରେ ମାଟି ତଳୁ ମିଳିଛି ବିରାଟ ଲୌହ ସ୍ତମ୍ଭ। ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଜାରି ରହିଛି । ଏହି ସମୟ ମଧ୍ୟରେ ଉକ୍ତ ସ୍ଥାନରେ ଖନନ ବେଳେ ଲୁହା ସ୍ତମ୍ଭ ଦେଖିବାକୁ ମିଳିଥିଲା। ଏହାପରେ ଉକ୍ତ ସ୍ଥାନରେ ଖୋଳା ବନ୍ଦ କରାଯାଇଥିଲା। ତେବେ ଏହି ସ୍ତମ୍ବ କେଉଁ କାର୍ଯ୍ୟରେ ବ୍ୟବହାର ହେଉଥିଲା ତାହା ଜଣାପଡିନାହିଁ। ଅପରପକ୍ଷେ ସ୍ଥାନୀୟ ଲୋକେ କହିଛନ୍ତି, ପୂର୍ବରୁ ନୌବାଣିଜ୍ୟ ସଂଗ୍ରହାଳୟକୁ ସଂଯୋଗ କରି ଉକ୍ତ ସ୍ଥାନରେ ଏକ କେନାଲ ରହିଥିଲା। ବିଭିନ୍ନ ସ୍ଥାନରୁ ଆସୁଥିବା ବୋଟ୍‌ ଏଠାରେ ମରାମତି ହେଉଥିଲା। ପାଣିର ଶ୍ରୋତରେ ବୋଟ୍‌ଗୁଡିକୁ ଭାସିବାରୁ ତାହାକୁ ରୋକିବା ପାଇଁ ଏହି ଖୁଣ୍ଟରେ ଲୁହା ଝଞ୍ଜିର ସହାୟତାରେ ବନ୍ଧାଯାଉଥିଲା। ଆଉ କେହି ଏହା ବିଶାଳ କ୍ରେନ୍‌ର ଭଗ୍ନାବଶେଷ ବୋଲି କହିଛନ୍ତି। ତେବେ ଉକ୍ତ ସ୍ତମ୍ଭର ପୁନରୁଦ୍ଧାର କରାଯାଇ କୌଣସି ଏକ ସ୍ଥାନରେ ସଂରକ୍ଷିତ କରି ରଖାଯାଉ କିମ୍ବା ସଂଗ୍ରାହାଳୟକୁ ହସ୍ତାନ୍ତର କରାଯାଉ ବୋଲି ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମାଲିକର ପୋଷା କୁକୁର ସହିତ ଅପ୍ରାକୃତ ସମ୍ପର୍କ ପାଇଁ ଚେଷ୍ଟା କରୁଥିଲେ ରୋଷେୟା, ଧରାପଡିବା ପରେ…

ଭୁବନେଶ୍ବର୨୬।୫(ପ୍ରସନଜିତ୍‌ ସାହୁ): ଚନ୍ଦକା ଥାନା ଅଞ୍ଚଳରେ ଏକ ଫାର୍ମ ହାଉସର ରୋଷେୟା ଏକ ପୋଷା ଡାଲ୍‌ମିଶନ କୁକୁରକୁ ଆକ୍ରମଣ ସହ ଅପ୍ରାକୃତ ସମ୍ପର୍କ ଉଦ୍ୟମ କରିଥିବା ନେଇ…

ସ୍ବଚ୍ଛ ପୁରୁଷୋତ୍ତମପୁର ଗଢି ତୋଳିବା ଲକ୍ଷ୍ୟ: ସାମୂହିକ ସଫେଇ…

ପୁରୁଷୋତ୍ତମପୁର,୨୬/୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସ୍ବଚ୍ଛ ସର୍ବେକ୍ଷଣ ଆମ ଗଞ୍ଜାମ,ସ୍ବଚ୍ଛ ଗଞ୍ଜାମରେ ସାମୂହିକ ସଫେଇ କାର୍ଯ୍ୟକ୍ରମ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ତ୍ୱାବଧାନରେ…

ଅନିଶ୍ଚିତତା ଘେରରେ ରାମନଗର ଔଷଧୀୟ ନର୍ସରି: ବନ ବିଭାଗର କାର୍ଯ୍ୟକୁ ନେଇ ପ୍ରଶ୍ନ

ମହାକାଳପଡ଼ା, ୨୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ରାମନଗର କାଜୁଜଙ୍ଗଲ ସଫା କରାଯାଇ ୧୨ ଏକର ବାଲିଆ ଜମିରେ ସ୍ଥାନୀୟ ବନ ବିଭାଗ ପକ୍ଷରୁ ଏକ…

କୋଇଲା ପରିବହନକୁ ବିରୋଧ କରି ରାସ୍ତାରୋକୋ: ବିଧାୟକ-ଗ୍ରାମବାସୀ ଆଲୋଚନା ପରେ…

ରିଆମାଳ,୨୬।୫(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ବୁଢାପାଳ ଓ ପରା ପଞ୍ଚାୟତର ୩ ଗ୍ରାମ ଦେଇ କୋଇଲା ପରିବହନକୁ ବିରୋଧ କରି ତିନି ପଞ୍ଚାୟତର…

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି ।…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri