ଭଙ୍ଗା ଘରେ ବିତୁଛି ବୃଦ୍ଧ ଦମ୍ପତିଙ୍କ ଜୀବନ

ଭବାନୀପାଟଣା,୨୭।୩(ସ୍ବ.ପ୍ର.):ଯୋଜନା ପରେ ଯୋଜନା କାର୍ଯ୍ୟକାରୀ ହେଉଛି। କେତେବେଳେ ପକ୍କାଘର ପାଇଁ ଯୋଜନା ତ ପୁଣି କେତେବେଳେ ଘର ମରାମତି ପାଇଁ ଯୋଜନା ପ୍ରଣୟନ ହେଉଛି। ହେଲେ ଏସବୁ ଯୋଜନା ବାସ୍ତବରେ କେତେ କାର୍ଯ୍ୟକାରୀ ହେଉଛି ସେଥିପ୍ରତି ସରକାରଙ୍କ ଦୃଷ୍ଟି ନାହିଁ। ଗ୍ରାମାଞ୍ଚଳର ଉନ୍ନତି ପାଇଁ ବିଭିନ୍ନ ଯୋଜନା କରି ଲୋକଙ୍କୁ ସୁନେଲି ସ୍ବପ୍ନ ଦେଖାଉଛନ୍ତି ସରକାର। ହେଲେ ଏବେ ବି ଲୋକେ ଦୟନୀୟ ସ୍ଥିତିରେ କାଟୁଛନ୍ତି ଦିନ। ଏପରି ଏକ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଉତ୍କେଲା ପଞ୍ଚାୟତ କୋକଡ଼ମାଲ ଗାଁରେ। ଏହି ଗାଁର ବୃଦ୍ଧ ଗୌର ଓ ତାଙ୍କ ସ୍ତ୍ରୀ ପାଇଁ ମୁଣ୍ଡ ଗୁଞ୍ଜିବାକୁ ପକ୍କା ଘର ନ ଥିବାରୁ ଭଙ୍ଗା ଘରେ ସେମାନେ ଦିନ କାଟୁଛନ୍ତି। ପରିଣତ ବୟସରେ ପକ୍କା ଘର ପାଇବା ଯେମିତି ଏମାନଙ୍କ ପାଇଁ ସାତ ସପନ ପାଲଟିଛି। ଉଭୟ ନିଜ ବୟସ ଥିବା ବେଳେ କୁଡିଆ ଘର ତିଆରି କରିଥିଲେ। ହେଲେ ତାହା ଗତ ୧୦ ବର୍ଷ ତଳେ ବର୍ଷାରେ ଭାଙ୍ଗି ଯାଇଥିଲା। ପରିଣତ ବୟସରେ ଘର ନିର୍ମାଣ ପାଇଁ ପାଖରେ ସମ୍ବଳ ନ ଥିବାରୁ ଶେଷରେ ଜରି ପାଲ ଓ ଝାଟିମାଟିରେ ଘର କରି ରହୁଛନ୍ତି। ଉଭୟଙ୍କ ନିଜର ବୋଲି କେହି ନାହାନ୍ତି, ପଡୋଶୀ କିଛି ଖାଇବାକୁ ଦେଲେ ଖାନ୍ତି ନ ହେଲେ ଭୋକ ଉପାସରେ ପଡି ରହିଥାନ୍ତି ସ୍ବାମୀ ସ୍ତ୍ରୀ। ସରକାରୀ ଯୋଜନା କହିଲେ କେବଳ ୫୦୦ ସହ ଟଙ୍କା ଭତ୍ତାକୁ ୫ କେଜି ଚାଉଳ ହିଁ ସାହାରା। ଆଉ ଏ ଚିତ୍ରକୁ ଦେଖିଲେ ଲାଗୁଛି ସରକାରଙ୍କ ଯୋଜନା ସତରେ ଏମାନଙ୍କ ପାଇଁ ବାଟବଣା ହୋଇ ପଡିଛି। ଏ ନେଇ କେସିଙ୍ଗା ବିଡିଓଙ୍କୁ ପଚାରିବାରୁ ଆବେଦନ କଲେ ସହାୟତା ଯୋଗାଇ ଦିଆଯିବ ବୋଲି କହିଛନ୍ତି। ଗୋଟିଏ ପଟେ ମାଳମାଳ ଯୋଜନା ପ୍ରଣୟନ ହେଉଥିବା ବେଳେ ପରିଣତ ବୟସରେ ଜଣେ ବରିଷ୍ଠ ନାଗରିକ ଏମିତି ଅବସ୍ଥା ଆଉ କେତେ ଦିନ ଭୋଗିବେ। ଏମିତି ଅନେକ ପ୍ରଶ୍ନ ଲୋକଙ୍କ ମନକୁ ଆସିଥିବା ବେଳେ କେବେ ଏ ଅସହାୟ ବୃଦ୍ଧାଙ୍କ ପ୍ରତି ସରକାରୀ ଦୃଷ୍ଟି ପଡୁଛି ତାହାହିଁ ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri