ବାଇକ୍‌ ଧକ୍କାରେ ବୃଦ୍ଧଙ୍କ ଜୀବନ ଗଲା, ମୃତଦେହକୁ ରାସ୍ତାରେ ଫିଙ୍ଗି ଫେରାର ହୋଇଗଲେ ଚାଳକ

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର-ଜଗନ୍ନାଥପୁର ଗାଁ ନିକଟରେ ଶନିବାର ବାଇକ୍‌ ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ରାମଚନ୍ଦ୍ରପୁର ଗ୍ରାମର ଛଞ୍ଚାଣ ପରିଡ଼ା(୫୯)। ଛଞ୍ଚାଣ ଆଜି ଭୋର୍‌ ପ୍ରାୟ ୪ ଟାରେ ଶୌଚ ପାଇଁ ରାସ୍ତାରେ ଯାଉଥିବା ବେଳେ ଏକ ବାଇକ୍‌ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ରାସ୍ତା ଉପରେ ସେ କଚାଡ଼ି ହୋଇ ପଡ଼ିଯାଇଥିଲେ। ତେବେ ବାଇକ୍‌ ଚାଳକ ଏବଂ ପଛରେ ବସିଥିବା ୨ ଜଣ ଭୟଭୀତ ହୋଇ ବୃଦ୍ଧଙ୍କ ମୃତଦେହକୁ ରାସ୍ତାକଡ଼ର ଏକ ବୁଦା ମଧ୍ୟରେ ଫୋପାଡି ଦେଇ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଘଟଣା ପ୍ରଚାରିତ ହେବା ପରେ ବୃଦ୍ଧଙ୍କ ପରିବାର ଲୋକେ ଏବଂ ରାମଚନ୍ଦ୍ରପୁର ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତମାନଙ୍କୁ ଧରିବା ସହ କ୍ଷତିପୂରଣ ଦାବିରେ ଜଗନ୍ନାଥପୁର-କଙ୍କୋରଡ଼ା ଗ୍ରାମ ମୁଖ୍ୟରାସ୍ତାରେ ନିଆଁ ଜଳାଇ ରାସ୍ତାରୋକୋ କରିଥିଲେ। ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦଥିଲା। ଖବରପାଇ ସାନଖେମୁଣ୍ଡି ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ,ପାଟପୁର ଥାନା ଆଇଆଇସି ଦୀପ୍ତିରଞ୍ଜନ ବେହେରା ସଦଳବଳ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଲୋକଙ୍କୁ ବୁଝାଶୁଝା କରିବା ପରେ ସକାଳ ପ୍ରାୟ ୮ଟାରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ପାଟପୁର ପୋଲିସ ଏନେଇ ମାମଲା ରୁଜୁ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।ମୃତଦେହ ଗାଁରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri