ଟ୍ରେନ୍‌ ଉପରକୁ ଚଢ଼ିଗଲେ ବୃଦ୍ଧ, ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନରେ ଅଟକି ରହିଥିବା ମାଲବାହୀ ଟ୍ରେନ ଉପରକୁ ଜଣେ ବୃଦ୍ଧ ଚଢ଼ି ଯାଇଥିବାବେଳେ ୨୫ ହଜାର କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଛନ୍ତି।

ମୃତକ ହେଲେ ନୂଆପଡ଼ା ଜିଲା ରାଜଖରିଆର ଥାନା ଅନ୍ତର୍ଗତ ବଡ଼ମୂଳା ଗ୍ରାମର ନରସିଂହ କାଣ୍ଡ (୬୪)। ମୃତକ ଜଣେ ମାନସିକ ରୋଗୀ ବୋଲି ଅନୁମାନ କରାଯାଉଛି। ଏ ନେଇ ଆର୍‌ପିଏଫ୍‌ ତରଫରୁ ତଦନ୍ତ ଜାରି ରହିଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁଯାୟୀ, ନରସିଂହ ମଙ୍ଗଳବାର ସକାଳେ ସିକନ୍ଦରାବାଦରୁ ଟ୍ରେନ୍‌ ଯୋଗେ ଆସି ରାୟଗଡ଼ାରେ ପହଞ୍ଚିଥିଲେ। ପରେ ଷ୍ଟେଶନ ପରିସରରେ ଉତ୍‌ପାତ ମଚାଇଥିଲେ। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ଅଚାନକ ଷ୍ଟେଶନରେ ଛିଡା ହୋଇଥିବା ମାଲବାହୀ ଟ୍ରେନ ଉପରକୁ ଚଢ଼ିଯାଇ ବିଦ୍ୟୁତ ତାରକୁ ଦୁଇ ହାତରେ ଧରି ପକାଇଥିଲେ। ଫଳରେ ତତ୍‌କ୍ଷଣାତ ସେଠାରେ ସେ ଜଳି ଟଳି ପଡ଼ିଥିଲେ।

ଏହାପରେ ରେଳ କର୍ମଚାରୀ ଓ ରେଲଓ୍ବେ ପୋଲିସ ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି। ରେଲଓ୍ବେ ପୋଲିସ ପକ୍ଷରୁ ନରସିଂହଙ୍କ ପୁଅ ରାମକାଣ୍ଡଙ୍କୁ ବାପାଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗକୁ ହସ୍ତାନ୍ତର କରାଯିବ ବୋଲି ଏଏସ୍‌ଆଇ ମାଣିକ ଗୌଡ଼ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା

ବଲିଉଡ୍‌ ପରେ ଆଜିକାଲି ହଲିଉଡ୍‌ରେ ରାଜ୍‌ କରୁଛନ୍ତି ପିସି ଓରଫ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍‌ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା...

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

Moscow Bomb Blast: ଭ୍ଲାଦିମିର ପୁଟିନଙ୍କୁ ବଡ଼ ଝଟକା! ମସ୍କୋ କାର ବୋମା ବିସ୍ଫୋରଣରେ ରୁଷିଆ ଜେନେରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏକ ବଡ଼ ଝଟକା ଲାଗିଛି। ଭ୍ଲାଦିମିର ପୁଟିନଙ୍କ ସେନାର ଅପରେସନାଲ୍ ଟ୍ରେନିଂ ବିଭାଗର ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫାନିଲ୍...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri