ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ବୁଧବାର ଅପରାହ୍ନରୁ ନିଖୋଜ ଥିବା ଜଣାପଡିଛି । ସେ ସନ୍ଧ୍ୟା ସୁଦ୍ଧା ଘରକୁ ନଫେରିବାରୁ  ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିବା ପରେ କୌଣସି ସନ୍ଧାନ ମିଳି ନ ଥିଲା। ଗୁରୁବାର ସକାଳେ ପରିବାର ଲୋକେ ସ୍ଥାନୀୟ ସରପଞ୍ଚ ମନୋରଞ୍ଜନ ଗୌଡ଼ ଙ୍କୁ  ଜଣାଇଥିଲେ। ସରପଞ୍ଚ ଏନେଇ ଦିଗପହଣ୍ଡି ଅଗ୍ନିଶମ ବାହିନୀକୁ ଖବର ଦେବାପରେ ଆଗ୍ନିକ ବୃନ୍ଦ ଘଟଣାସ୍ଥଳରେ ପହଞ୍ଚି ନଦୀ ଗଣ୍ଡ ଓ ପାଣି ଭିତରକୁ ଯାଇ ଅକ୍ଳାନ୍ତ ପରିଶ୍ରମ ସତ୍ତ୍ୱେ  ବୃଦ୍ଧ ହରିଙ୍କ କୈାଣସି ସନ୍ଧାନ ମିଳି ପାରିନାହିଁ । ହରି ଘୋଡାହାଡ ନଦୀଗଣ୍ଡକୁ ବୁଧବାର ଅପରାହ୍ନ ପ୍ରାୟ ୨ ଟାରେ ଗାଧୋଇବାକୁ ଯାଇ ଘରକୁ ଫେରି ନ ଥିଲେ। ଗୁରୁବାର ସକାଳେ  ନଦୀଗଣ୍ଡ ନିକଟରେ ବୃଦ୍ଧ ହରିଙ୍କ ଆଶାବାଡି ପଡ଼ିଥିବା ଦେଖି ସେ ନଦୀ ଗଣ୍ଡର ଗଭୀର ପାଣି ରେ ବୁଡ଼ି ଯାଇଥିବା ସନ୍ଦେହ କରାଯାଇଛି।  ଅଗ୍ନିଶମ କର୍ମଚାରୀ ମାନେ ନଦୀର ପ୍ରାୟ ଦେଢ଼ କିଲୋମିଟର ପର୍ଯ୍ୟନ୍ତ ଖୋଜାଖୋଜି କରିଥିଲେ ମଧ୍ୟ ଗୁରୁବାର ସନ୍ଧ୍ୟା ସୁଦ୍ଧା ହରିଙ୍କ କୈାଣସି ସନ୍ଧାନ ମିଳି ନ ଥିବା ଜଣାପଡିଛି । ନଦୀ ରେ କୁମ୍ଭୀର ଭୟ ଏବଂ ସନ୍ଧ୍ୟା ହୋଇ ହେବାରୁ ଅଗ୍ନିଶମ ବାହିନୀ ପକ୍ଷରୁ ତଲାସି କାର୍ଯ୍ୟ ବନ୍ଦ ରଖାଯାଇଥିବା ବେଳେ ଶୁକ୍ରବାର ସକାଳୁ ପୁଣିଥରେ ଅଭିଯାନ ଜାରି ରହିବ ବୋଲି ଅଗ୍ନିଶମ  ଅଧିକାରୀ ବିକାଶ ମୁଦୁଲି କହିଛନ୍ତି ।ଗତ ପ୍ରାୟ ୨ ବର୍ଷ ଅବଧି ମଧ୍ୟରେ ପେଣ୍ଠା ,ନୂଆଗଡ, ତଲାସିଙ୍ଗି, ସେବକ ଟିକରପଡ଼ା, ଗୋଲଣ୍ଡା, କଇଠଖଣ୍ଡି ପ୍ରଭୃତି ଗ୍ରାମର ୧୦ ରୁ ଉର୍ଦ୍ଧ୍ବ ଜଣ ନଦୀ ଗଣ୍ଡ ମାନଙ୍କରେ ବୁଡ଼ିଯାଇ ମୃତ୍ୟୁବରଣ କରିଥିବା ସରପଞ୍ଚ ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri