ଚିକିତ୍ସା ପାଇଁ ନିଖୋଜ ଥିଲେ ବୃଦ୍ଧ, ୧୫ ଦିନ ପରେ ମିଳିଲା ମୃତଦେହ

ବାଲିଗୁଡ଼ା,୧୨ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଧିନସ୍ଥ ଗୁଟିଙ୍ଗିଆ ପଞ୍ଚାୟତର ତରାପିଡ଼ା ଗ୍ରାମର ୬୭ ବର୍ଷୀୟ ବୃଦ୍ଧ ଦିବାକର ଦିଗାଳ ନିଖୋଜ ହେବାର ୧୫ ଦିନ ପରେ ନିକଟସ୍ଥ ଖଡ଼ଗ ନଦୀରୁ ଗଳିତ ମୃତଦେହ ଉଦ୍ଧାର ହୋଇଛି।

ସୂଚନାନୁଯାୟୀ, ଅକଟୋବର ୨୯ ତାରିଖରେ ବାଲିଗୁଡ଼ାସ୍ଥିତ ଏକ ଘରୋଇ ଚକ୍ଷୁ ଚିକିତ୍ସାଳୟକୁ ଦିବାକର ଚିକିତ୍ସା ପାଇଁ ଆସିଥିଲେ। ଚିକିତ୍ସା ପରେ ମଧ୍ୟାହ୍ନଭୋଜନ ଖାଇ କେଉଁଆଡ଼େ ଚାଲିଯାଇଥିଲେ। ଏନେଇ ଡାକ୍ତରଖାନା ପକ୍ଷରୁ ଦିବାକରଙ୍କ ପରିବାର ଲୋକଙ୍କ ସହ ଯୋଗାଯୋଗ କରାଯାଇଥିଲା କିନ୍ତୁ ଦିବାକରଙ୍କ କୌଣସି ସନ୍ଧାନ ମିଳି ନ ଥିଲା। ପରିବାର ପକ୍ଷରୁ ସାରେଙ୍ଗଡ଼ ଥାନାରେ ଏବଂ ହସ୍ପିଟାଲ ପକ୍ଷରୁ ବାଲିଗୁଡ଼ା ଥାନାରେ ପୃଥକ୍‌ ପୃଥକ୍‌ ଦୁଇଟି ଏତଲା ଦିଆଯାଇଥିଲା। ଏତଲାକୁ ଭିତ୍ତିକରି ପୋଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ମଙ୍ଗଳବାର ଦିନ ବାଲିଗୁ ଦଣ୍ଡପଦର ନିକଟସ୍ଥ ଖଡ଼ଗ ନଦୀରେ ଏକ ଶବ ଭାସୁଥିବା ନେଇ ସ୍ଥାନୀୟ ଲୋକଙ୍କ ନିକଟରୁ ସୂଚନା ମିଳିବା ପରେ ଘଟଣାସ୍ଥଳରେ ବାଲିଗୁଡ଼ା ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଚିହ୍ନଟ କରିଥିଲେ। ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲା ପୋଲିସ। ଏଯାବତ୍‌ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri