ପ୍ରାତଃଭ୍ରମଣରେ ଯାଇଥିବା ବେଳେ ବୃଦ୍ଧଙ୍କ ଗଳାକାଟି ହତ୍ୟା

ବ୍ରହ୍ମପୁର,୧୧ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଗାନ୍ଧୀନଗର ଦ୍ବିତୀୟ ଲାଇନ୍‌ରେ ସୋମବାର ଏକ ଘର ସମ୍ମୁଖରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ବୃଦ୍ଧଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତାଙ୍କ ବେକକୁ ଧାରୁଆ ଅସ୍ତ୍ରରେ କାଟି ହତ୍ୟା କରାଯାଇଛି। ସକାଳୁ ମୃତଦେହକୁ ସ୍ଥାନୀୟ ଲୋକେ ଦେଖି ଟାଉନ ଥାନା ପୋଲିସ ଓ ତାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ। ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳି ଯାଇଛି। ଖବର ପାଇ ତାଙ୍କର ଦୁଇ ପୁଅ ରାମ ଓ ସନ୍ତୋଷ ସେଠାରେ ପହଞ୍ଚି ବାପାଙ୍କ ମୃତଦେହ ଚିହ୍ନଟ କରିଛନ୍ତି। ମୃତ ବୃଦ୍ଧ ଜଣଙ୍କ ହେଲେ ବିଜିପୁର ଅମ୍ବିକା ନଗରର ଦ୍ୱିତୀୟ ଲାଇନର ରଙ୍କ ସେଠୀ (୬୭)। ବ୍ରହ୍ମପୁର ଏସ୍‌ପି ଡ. ସର୍ନା ବିବେକ ଏମ୍‌. ଟାଉନ ଥାନାଧିକାରୀ ସୁରେଶ ତ୍ରିପାଠୀ ସେଠାରେ ପହଞ୍ଚିଥିଲେ। ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ପୋଲିସ ଛାନ୍‌ଭିନ୍‌ କରୁଛି। ଏପରିକି ଅଞ୍ଚଳରେ ଲାଗିଥିବା ସିସିଟିଭି ଫୁଟେଜ୍‌ ସଂଗ୍ରହ କରି ଅପରାଧୀଙ୍କୁ ଧରିବା ପାଇଁ ଏକ ଟିମ୍‌ ଗଠନ ହୋଇଛି।

ଘଟଣାରୁ ପ୍ରକାଶ ଯେ, ପ୍ରତିଦିନ ଭଳି ସୋମବାର ରଙ୍କ ବଡି ଭୋର୍‌ରୁ ନିଜ ଘରୁ ବାହାରି ପ୍ରାତଃ ଭ୍ରମଣରେ ଯାଇଥିଲେ। କିନ୍ତୁ ହଠାତ୍‌ ଏଭଳି ତାଙ୍କର ମୃତ୍ୟୁ ଖବର ଶୁଣି ପରିବାର ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । କାରଣ ରଙ୍କଙ୍କ କାହାରି ସାଥିରେ ଶତ୍ରୁତା ନ ଥିଲା। ତାଙ୍କୁ କିଏ ଓ କାହିଁକି ଏଭଳି ହତ୍ୟା କରିଛି ତାହା ସ୍ପଷ୍ଟ ନ ଥିବା ବେଳେ ପୋଲିସ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବାର ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

ବାମପନ୍ଥୀରୁ ଦକ୍ଷିଣପନ୍ଥୀ ଆଡ଼କୁ

ଭାରତବର୍ଷରେ ବାମପନ୍ଥୀ ଆନ୍ଦୋଳନ କ୍ରମେ ଦୁର୍ବଳ ହେବାପରି ମନେ ହେଉଛି। ନିକଟରେ ଅନୁଷ୍ଠିତ ୫ ରାଜ୍ୟରେ ବିଧାନସଭା ନିର୍ବାଚନରୁ ଏହା ଜଣାପଡ଼ିଛି। କେରଳ ଥିଲା ଶେଷ ବାମପନ୍ଥୀ…

କାନ୍ଥରେ ନାମ

ଭାରତର ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ୨୨ ଏପ୍ରିଲ ୨୦୨୫ରେ ଘଟିଥିଲା ଓ ସେଥିରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିଲା। ଏହି…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

‘କରାଚିରେ ଭାରତ କରିଥିଲା ଆକ୍ରମଣ’ – ପାକିସ୍ତାନ ଅଭିଯୋଗର କଡ଼ା ଜବାବ ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯।୬: କରାଚୀ ଆତଙ୍କବାଦୀ ଆକ୍ରମଣରେ ଜଣେ ‘ଭାରତୀୟ ଏଜେଣ୍ଟ’ଙ୍କ ସମ୍ପୃକ୍ତି ସମ୍ପର୍କରେ ପାକିସ୍ତାନର ଅଭିଯୋଗକୁ ଭାରତ ଖାରଜ କରିଦେଇଛି, ଏହାକୁ ଭିତ୍ତିହୀନ ବୋଲି କହିଛି। ଏହା ପାକିସ୍ତାନକୁ…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ…

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri