ମାଛ ଧରିବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ ହୋଇଛି। ନିଖୋଜ ମାଛ ଧରାଳି ନିକଟସ୍ଥ ବରକନ୍ଧା ଗ୍ରାମର ଚକ୍ରଧର ବେହେରା(୬୯)। ଖବର ପାଇ ସ୍ଥାନୀୟ ଲୋକେ ମହାକାଳପଡ଼ା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଗୁରୁବାର ସନ୍ଧ୍ୟା ସୁଦ୍ଧା କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଖୋଜ ମାଛ ଧରାଳିଙ୍କୁ ଖୋଜାଖୋଜି କରିଥିଲେ ହେଁ ଠାବ କରି ପାରି ନାହାନ୍ତି। ଚକ୍ରଧର ଗୋଜାବନ୍ଧ ଗାନ୍ଧିଜୀ ବିଦ୍ୟାପୀଠରୁ ଚତୁର୍ଥ ଶ୍ରେଣୀ କର୍ମଚାରୀଭାବେ କାର୍ଯ୍ୟକରି ଅବସର ଗ୍ରହଣ କରିଥିଲେ। ମହାନଦୀରେ ବନ୍ୟା ଯୋଗୁ ଏହି ଗୁପ୍ତଗିରି ନାଳରେ ବଉଳା କୁମ୍ଭୀର ବିଚରଣ କରୁଥିବା ସ୍ଥାନୀୟ ଲୋକେ କହିଛନ୍ତି।
ଗୁରୁବାର ପୂର୍ବାହ୍ନରେ ଚକ୍ରଧର ଜାଲ ପକାଇବାକୁ ନାଳକୁ ଯାଇ ଘରକୁ ଫେରି ନ ଥିଲେ। ପରିବାର ଲୋକେ ସନ୍ଦେହ କରି ଗାଁ ନିକଟ ଗୁପ୍ତଗିରି ନାଳକୁ ଯାଇ ଖୋଜାଖୋଜି କରିଥିଲେ। ଗୁପ୍ତଗିରି ନାଳ ସେତୁ ନିକଟ ଏକ ଗଛରେ ଭଉଁରୀ ଜାଲ ବନ୍ଧା ଯାଇଥିବା ଦେଖିବାକୁ ମିଳିଥିଲା। ନିକଟରେ ଚକ୍ରଧରଙ୍କ ସାଇକେଲ ଓ ଚପଲ ରହିଥିଲା। ନାଳରେ ଜାଲ ଲାଗିବା ପରେ ସେ ପାଣିରେ ପଶି ଛଡ଼ାଇବା ପାଇଁ ଉଦ୍ୟମ କରୁଥିବା ବେଳେ କୁମ୍ଭୀର ଟାଣି ନେଇଥିବା ଅନୁମାନ କରାଯାଉଛି। ପରିବାରର ଏକମାତ୍ର ରୋଗଜରିଆ ବ୍ୟକ୍ତିଙ୍କ ନିଖୋଜ ପରେ ପ ରିବାର ଲୋକେ ଦୁଃଖରେ ଭାଙ୍ଗି ପଡିଛନ୍ତି। ଘଟଣାସ୍ଥଳରେ ମହାକାଳପଡ଼ା ଥାନା ପୋଲିସ ଟିମ୍‌ ପଇଁତରା ମାରୁଛି। ଏ ସଂକ୍ରାନ୍ତରେ ରାଜନଗର ବନଖଣ୍ଡ ଅଧିକାରୀ ଭରଦ୍ୱାଜ ଗାଁଓଙ୍କରୁ ପଚାରିବାରେ ମାଛ ଧରାଳିଙ୍କ ନିଖୋଜ ହେବା ନେଇ ଅଭିଯୋଗ ମିଳିଲେ ତଦନ୍ତ କରାଯାଇ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?