ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ ନିଆଁ ଲାଗି ବୃଦ୍ଧ ଆନନ୍ଦ ସିଂ(୬୫) ଜୀବନ୍ତ ଦଗ୍ଧ ହୋଇଛନ୍ତି। ଯାହାକୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛନ୍ତି। ତେବେ ନିଆଁ ଲାଗିବାର କାରଣ ଜଣାପଡି ନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚିି ଘଟଣାର ତଦନ୍ତ କରିବା ସହିତ ମୃତଦେହ ବ୍ୟବଚ୍ଛେଦ ପାଇଁ ବାରିପଦା ପଠାଇଛି।


