Posted inଜାତୀୟ

ଜାଲ୍‌ ଜାତି ପ୍ରମାଣପତ୍ର ବିରୋଧରେ ଉଲଗ୍ନ ପ୍ରତିବାଦ

ରାୟପୁର,୧୯।୭: ଛତିଶଗଡ଼ ରାଜଧାନୀ ରାୟପୁରରେ ମଙ୍ଗଳବାର ଜାଲ୍‌ ଜାତିଗତ ପ୍ରମାଣ ପତ୍ର ବିରୋଧରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗର କେତେଜଣ ଉଲଗ୍ନ ହୋଇ ପ୍ରତିବାଦ କରିଛନ୍ତି। ମିଛ ଜାତିଗତ ପ୍ରମାଣପତ୍ରରେ ସରକାରୀ ଚାକିରି ପାଇଥିବା ଲୋକଙ୍କ ବିରୋଧରେ ସରକାର କଡ଼ା କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ସେମାନଙ୍କ ଦାବି ରହିଛି। ଯୁବକଙ୍କ ଉଲଗ୍ନ ପ୍ରତିବାଦ ବେଳର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ବିକ୍ଷୋଭକାରୀମାନେ ପ୍ଲାକାର୍ଡ ଧରି ବିଧାନସଭା ଅଭିମୁଖେ ଯାତ୍ରା କରୁଥିବାବେଳେ ପୋଲିସ ସେମାନଙ୍କୁ ଅଟକାଇଥିଲା। ଅମା ସେଓନି ଛକ ନିକଟରେ ୧୨ରୁ ଊର୍ଦ୍ଧ୍ୱ ପ୍ରଦର୍ଶନକାରୀଙ୍କୁ ଗିରଫ କରାଯାଇଛି। ଜାଲ୍‌ ଜାତି ପ୍ରମାଣପତ୍ର ଦ୍ୱାରା ଅନେକ ସରକାରୀ କର୍ମଚାରୀ ଚାକିରି ପାଇବ ନେଇ ଅଭିଯୋଗ ହେବା ପରେ ଏହାର ତଦନ୍ତ ସକାଶେ ସରକାରଙ୍କ ତରଫରୁ ଏକ ଯାଞ୍ଚ ଏଜେନ୍ସି ଗଠନ କରାଯାଇଥିଲା। ୨୬୭ ଜଣ କର୍ମଚାରୀ ମିଛ ଜାତିଗତ ପ୍ରମାଣପତ୍ରରେ ଚାକିରି ପାଇଥିବା ଜଣାପଡ଼ିବା ପରେ ମଧ୍ୟ ସେମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବା ଜଣେ ଆନ୍ଦୋଳନକାରୀ କହିଛନ୍ତି। ପୂର୍ବରୁ ମଧ୍ୟ ବିକ୍ଷୋଭକାରୀ ଅନଶନ କରିଥିଲେ। ହେଲେ କୌଣସି କାର୍ଯ୍ୟାନୁଷ୍ଠାନ ନିଆ ଯାଇ ନ ଥିଲା। ଜାଲିଆତି କରି ଚାକିରି ପାଇଥିବା ବ୍ୟକ୍ତିଙ୍କୁ ଗିରଫ ସହ ସେମାନଙ୍କ ସମ୍ପତ୍ତି ବାଜ୍ୟାପ୍ତ କରିବା ବିକ୍ଷୋଭକାରୀଙ୍କ ଦାବି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri