ଗ୍ରାମବାସୀଙ୍କ ଭରସା ଖୋଲା କୂଅ

କାଏମା,୧୬ା୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ୍‌ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ପାଇଁ ବିପୁଳ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ଅନେକ ପ୍ରକଳ୍ପ କାର୍ଯ୍ୟକାରୀ ହୋଇପାରୁନାହିଁ। ସେହିପରି ଯେଉଁଠାରେ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି ତାହା ମଧ୍ୟ ଗୋଟିଏ ପରେ ଗୋଟିଏ ଅଚଳ ହେବାରେ ଲାଗିଛି। ଅନ୍ୟ କେତେକ ପ୍ରକଳ୍ପର ପାଣି ପିଇବା ଉପଯୋଗୀ ହେଉନାହିଁ। ଫଳରେ ଲୋକେ ପାଣି ଟୋପାଏ ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି ବ୍ଲକ ଅନ୍ତର୍ଗତ ଦେଓଦା ପଞ୍ଚାୟତର ଖପରାଢ଼ଇ ଗ୍ରାମରେ। ଏଠାରେ ୫୦ରୁ ଊର୍ଦ୍ଧ୍ୱ ପରିବାରରେ ୨୦୦ରୁ ଅଧିକ ଲୋକେ ବସବାସ କରୁଛନ୍ତି। ହେଲେ ସେମାନଙ୍କୁ ପିଇବା ପାଣି ମିଳି ପାରୁନାହିଁ। ଏବେ ଖୋଲା କୂଅ ସେମାନଙ୍କ ଭରସା ପାଲଟିଛି।
ଏଠାରେ ପାନୀୟ ଜଳ ସମସ୍ୟାଥିବାରୁ ୧୦ ବର୍ଷ ପୂର୍ବେ ଏକ ସରକାରୀ ନଳକୂପ ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ସେଥିରୁ ବାହାରୁ ଥିବା ପାଣିରେ ଆଇରନ ରହୁଥିବାରୁ ତାହା ପିଇବା ଉପଯୋଗୀ ହେଉନାହିଁ। ନିର୍ବାଚନ ସମୟରେ ନେତାମାନେ ଆସି ପାଣି ସମସ୍ୟା ଦୂର କରିବାକୁ ପ୍ରତିଶ୍ରୁତି ଦିଅନ୍ତି, ହେଲେ ପରେ ସବୁ ଭୁଲି ଯାଆନ୍ତି। ତେଣୁ କିଛି ଉପାୟ ନ ପାଇ ସେହି ଗ୍ରାମର ଶେଷମୁଣ୍ଡରେ ଜଣେ ବ୍ୟକ୍ତିଙ୍କ ଖୋଲା କୂଅ ଉପରେ ସମସ୍ତ ଗ୍ରାମବାସୀ ଭରସା କରୁଛନ୍ତି। ଖୋଲା କୂଅ ପାଣି ପିଇବା ସ୍ବାସ୍ଥ୍ୟପ୍ରତି ହାନିକାରକ ହେଉଥିଲେ ବି ବିଶୁଦ୍ଧ ପାଣି ଅଭାବରୁ ଜୀବନ ବଞ୍ଚାଇବା ପାଇଁ ଲୋକେ ଏହି କୂଅ ପାଣିକୁ ବ୍ୟବହାର କରୁଛନ୍ତି। ଖାଲି ଏତିକି ନୁହେଁ, ଖରାଦିନେ ରାତି ୨ଟାରୁ ଏଠାରେ ଲୋକଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଥାଏ। ଗ୍ରାମବାସୀଙ୍କ କହିବା ଅନୁଯାୟୀ, ଗ୍ରାମକୁ ପାଇପ ପାଣି ବ୍ୟବସ୍ଥା କରାଯାଇଛି। କିନ୍ତୁ ସେଥିରୁ ଗୋଳିଆ ପାଣି ବାହାରୁ ଥିବାରୁ ତାହା ପିଇବା ଉପଯୋଗୀ ହେଉନାହିଁ। ତାହାକୁ କିଛି ସମୟ ରଖିଲେ ହଳଦିଆ ରଙ୍ଗର ଏକ ଆବରଣ ପଡ଼ିଯାଉଛି। ରୋଷେଇ ପାଇଁ ମଧ୍ୟ ସେ ପାଣିକୁ ବ୍ୟବହାର କରି ହେଉନାହିଁ। ଆଗକୁ ଖରାଦିନ ଆସୁଥିବାରୁ ଗ୍ରାମବାସୀ ଚିନ୍ତା ପ୍ରକଟ କରିଛନ୍ତି। ଏ ସମ୍ପର୍କରେ ସ୍ଥାନୀୟ ସରପଞ୍ଚ ଅତୁଲ ମଳିକଙ୍କୁ ପଚାରିବାରେ ସେ କହିଛନ୍ତି, ଗ୍ରାମକୁ ପାନୀୟ ଜଳ ବ୍ୟବସ୍ଥା କରାଯାଇଛି। ହେଲେ ଅନେକ ଲୋକେ ଏହାକୁ ଚାଷ ପାଇଁ ବ୍ୟବହାର କରୁଛନ୍ତି। ଫଳରେ ବହୁ ଲୋକ ପିଇବା ପାଣି ପାଉନାହାନ୍ତି। ଏ ଦିଗରେ ବ୍ଲକ୍‌ ପ୍ରଶାସନ ଦୃଷ୍ଟିଦେଇ ପାନୀୟ ଜଳ ସମସ୍ୟାର ସମାଧାନ କରିବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri