ଗ୍ରାମବାସୀଙ୍କ ଭରସା ଖୋଲା କୂଅ

କାଏମା,୧୬ା୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ୍‌ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ପାଇଁ ବିପୁଳ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ଅନେକ ପ୍ରକଳ୍ପ କାର୍ଯ୍ୟକାରୀ ହୋଇପାରୁନାହିଁ। ସେହିପରି ଯେଉଁଠାରେ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି ତାହା ମଧ୍ୟ ଗୋଟିଏ ପରେ ଗୋଟିଏ ଅଚଳ ହେବାରେ ଲାଗିଛି। ଅନ୍ୟ କେତେକ ପ୍ରକଳ୍ପର ପାଣି ପିଇବା ଉପଯୋଗୀ ହେଉନାହିଁ। ଫଳରେ ଲୋକେ ପାଣି ଟୋପାଏ ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି ବ୍ଲକ ଅନ୍ତର୍ଗତ ଦେଓଦା ପଞ୍ଚାୟତର ଖପରାଢ଼ଇ ଗ୍ରାମରେ। ଏଠାରେ ୫୦ରୁ ଊର୍ଦ୍ଧ୍ୱ ପରିବାରରେ ୨୦୦ରୁ ଅଧିକ ଲୋକେ ବସବାସ କରୁଛନ୍ତି। ହେଲେ ସେମାନଙ୍କୁ ପିଇବା ପାଣି ମିଳି ପାରୁନାହିଁ। ଏବେ ଖୋଲା କୂଅ ସେମାନଙ୍କ ଭରସା ପାଲଟିଛି।
ଏଠାରେ ପାନୀୟ ଜଳ ସମସ୍ୟାଥିବାରୁ ୧୦ ବର୍ଷ ପୂର୍ବେ ଏକ ସରକାରୀ ନଳକୂପ ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ସେଥିରୁ ବାହାରୁ ଥିବା ପାଣିରେ ଆଇରନ ରହୁଥିବାରୁ ତାହା ପିଇବା ଉପଯୋଗୀ ହେଉନାହିଁ। ନିର୍ବାଚନ ସମୟରେ ନେତାମାନେ ଆସି ପାଣି ସମସ୍ୟା ଦୂର କରିବାକୁ ପ୍ରତିଶ୍ରୁତି ଦିଅନ୍ତି, ହେଲେ ପରେ ସବୁ ଭୁଲି ଯାଆନ୍ତି। ତେଣୁ କିଛି ଉପାୟ ନ ପାଇ ସେହି ଗ୍ରାମର ଶେଷମୁଣ୍ଡରେ ଜଣେ ବ୍ୟକ୍ତିଙ୍କ ଖୋଲା କୂଅ ଉପରେ ସମସ୍ତ ଗ୍ରାମବାସୀ ଭରସା କରୁଛନ୍ତି। ଖୋଲା କୂଅ ପାଣି ପିଇବା ସ୍ବାସ୍ଥ୍ୟପ୍ରତି ହାନିକାରକ ହେଉଥିଲେ ବି ବିଶୁଦ୍ଧ ପାଣି ଅଭାବରୁ ଜୀବନ ବଞ୍ଚାଇବା ପାଇଁ ଲୋକେ ଏହି କୂଅ ପାଣିକୁ ବ୍ୟବହାର କରୁଛନ୍ତି। ଖାଲି ଏତିକି ନୁହେଁ, ଖରାଦିନେ ରାତି ୨ଟାରୁ ଏଠାରେ ଲୋକଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଥାଏ। ଗ୍ରାମବାସୀଙ୍କ କହିବା ଅନୁଯାୟୀ, ଗ୍ରାମକୁ ପାଇପ ପାଣି ବ୍ୟବସ୍ଥା କରାଯାଇଛି। କିନ୍ତୁ ସେଥିରୁ ଗୋଳିଆ ପାଣି ବାହାରୁ ଥିବାରୁ ତାହା ପିଇବା ଉପଯୋଗୀ ହେଉନାହିଁ। ତାହାକୁ କିଛି ସମୟ ରଖିଲେ ହଳଦିଆ ରଙ୍ଗର ଏକ ଆବରଣ ପଡ଼ିଯାଉଛି। ରୋଷେଇ ପାଇଁ ମଧ୍ୟ ସେ ପାଣିକୁ ବ୍ୟବହାର କରି ହେଉନାହିଁ। ଆଗକୁ ଖରାଦିନ ଆସୁଥିବାରୁ ଗ୍ରାମବାସୀ ଚିନ୍ତା ପ୍ରକଟ କରିଛନ୍ତି। ଏ ସମ୍ପର୍କରେ ସ୍ଥାନୀୟ ସରପଞ୍ଚ ଅତୁଲ ମଳିକଙ୍କୁ ପଚାରିବାରେ ସେ କହିଛନ୍ତି, ଗ୍ରାମକୁ ପାନୀୟ ଜଳ ବ୍ୟବସ୍ଥା କରାଯାଇଛି। ହେଲେ ଅନେକ ଲୋକେ ଏହାକୁ ଚାଷ ପାଇଁ ବ୍ୟବହାର କରୁଛନ୍ତି। ଫଳରେ ବହୁ ଲୋକ ପିଇବା ପାଣି ପାଉନାହାନ୍ତି। ଏ ଦିଗରେ ବ୍ଲକ୍‌ ପ୍ରଶାସନ ଦୃଷ୍ଟିଦେଇ ପାନୀୟ ଜଳ ସମସ୍ୟାର ସମାଧାନ କରିବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri