Posted inଜାତୀୟ

ପ୍ରିୟଙ୍କା ନ ହେଲେ ଦଳିତ ଚେହେରା

ନୂଆଦିଲ୍ଲୀ,୨୦ା୮: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୨୦ ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ। କିନ୍ତୁ ପୁଣି ଥରେ ଦଳର ଅଧ୍ୟକ୍ଷ ହେବା ଲାଗି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ କୌଣସି ଆଗ୍ରହ ଦେଖିବାକୁ ମିଳୁନାହିଁ। ଫଳରେ ଜଣେ ଅଣଗାନ୍ଧୀଙ୍କୁ କଂଗ୍ରେସ ଅଧ୍ୟକ୍ଷ କରାଇବାକୁ ଦଳର ରଣନୀତିକାର ଓ ବରିଷ୍ଠ ନେତାମାନେ ବିଚାର କରୁଥିବା ଜଣାପଡ଼ିଛି।
ବରିଷ୍ଠ କଂଗ୍ରେସ ନେତାମାନଙ୍କ ମତରେ ବର୍ତ୍ତମାନର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନିଜ ବୟସ ଓ ସ୍ବାସ୍ଥ୍ୟଗତ କାରଣରୁ ଆଉ ୫ ବର୍ଷ ପାଇଁ ଅଧ୍ୟକ୍ଷା ହେବାକୁ ଚାହିଁ ନ ପାରନ୍ତି, ଯାହାର ସଙ୍କେତ ସେ ୨୦୨୦ ଅଗଷ୍ଟ ୨୪ରେ ଅନୁଷ୍ଠିତ କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ଦେଇଥିଲେ। କଂଗ୍ରେସ ନେତା ରାହୁଲ ଗାନ୍ଧୀ ୨୦୧୭ ଡିସେମ୍ବର ୧୬ରୁ ୨୦୧୯ ଅଗଷ୍ଟ ୧୦ ପର୍ଯ୍ୟନ୍ତ ଦଳର ଅଧ୍ୟକ୍ଷ ଥିଲେ। ୨୦୧୯ ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ସେ ଏହି ପଦ ଛାଡ଼ିଥିଲେ। ଆସନ୍ତା ନିର୍ବାଚନରେ ଅଧିକାଂଶ ନେତା ତାଙ୍କୁ ପୁନର୍ବାର ଏହି ପଦରେ ଅବସ୍ଥାପିତ କରିବାକୁ ଚାହୁଁଛନ୍ତି। ହେଲେ ଗତ ଜୁନ୍‌ରେ ରାଜସ୍ଥାନର ଜୟପୁର ଚିନ୍ତନ ଶିବିରରେ ରାହୁଲ କଂଗ୍ରେସ ଅଧ୍ୟକ୍ଷ ହେବା ପରିବର୍ତ୍ତେ ଲୋକଙ୍କ ପାଖରେ ପହଞ୍ଚତ୍ବାକୁ ଚାହୁଁ ଥିବା ନେଇ ନିଜ ଅନୁଗତମାନଙ୍କୁ କହିଥିଲେ। କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ‘ଭାରତ ଯୋଡ଼ୋ ଯାତ୍ରା’ କରିବାକୁ ରାହୁଲ ଉତ୍ସାହୀ ଥିବା ଦେଖିବାକୁ ମିଳିଛି। ପୂର୍ବରୁ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଧ୍ୟ ଏଥିପ୍ରତି ଅନାଗ୍ରହ ପ୍ରକାଶ କରିଥିଲେ। ତେବେ ଏ.କେ. ଆଣ୍ଟୋନିଙ୍କ ଭଳି ବରିଷ୍ଠ ନେତାମାନେ ସୋନିଆଙ୍କୁ ଅଧ୍ୟକ୍ଷ ପଦରେ ରହିବାକୁ ବୁଝାଇବାରେ ସଫଳ ହୋଇଥିଲେ। ଆଗକୁ ଉଭୟ ସୋନିଆ ଓ ରାହୁଲ ସର୍ବପୁରାତନ ଦଳର ମୁଖ୍ୟ ହେବାକୁ ନ ଚାହିଁଲେ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଅଧ୍ୟକ୍ଷା କରାଇବାକୁ ବରିଷ୍ଠ ନେତାମାନେ ଉଦ୍ୟମ କରିପାରନ୍ତି। ତେବେ ପ୍ରିୟଙ୍କା ମଧ୍ୟ ପୂର୍ବରୁ ଏପରି କଳ୍ପନାଜଳ୍ପନାକୁ ଖଣ୍ଡନ କରିସାରିଛନ୍ତି। ଏଥିଲାଗି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଦଳିତ ଚେହେରା ସୁଶୀଲ କୁମାର ଶିନ୍ଦେ, ରାଜ୍ୟ ସଭାରେ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେ କିମ୍ବା ଲୋକ ସଭାର ପୂର୍ବତନ ବାଚସ୍ପତି ମୈରା କୁମାରଙ୍କ ମଧ୍ୟରୁ ଜଣକୁ କଂଗ୍ରେସର ପରବର୍ତ୍ତୀ ଅଧ୍ୟକ୍ଷ କରିବା ପାଇଁ ବରିଷ୍ଠ ନେତାମାନେ ଚିନ୍ତା କରୁଛନ୍ତି। ସେହିପରି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ସାଧାରଣ ସମ୍ପାଦକ ଜୟରାମ ରମେଶଙ୍କ ନାମ ମଧ୍ୟ ଚର୍ଚ୍ଚାରେ ରହିଛି। ବରିଷ୍ଠ ନେତ୍ରୀ ଅମ୍ବିକା ସୋନି ସ୍ବାଧୀନତା ଦିବସରେ ଏଆଇସିସି ମୁଖ୍ୟାଳୟରେ ଜାତୀୟ ପତାକା ଉତ୍ତୋଳନ କରିବା ପରେ ସେ ଏହା ମାଧ୍ୟମରେ ଭବିଷ୍ୟତ ପାଇଁ କିଛି ସନ୍ଦେଶ ଦେବାକୁ ଚାହିଁଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri