ପାଣିରେ ଭାସୁଥିଲା ଅଜଣା ମୃତଦେହ

ସୁନାବେଡ଼ା,୮ା୪(ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ା ପୋଲିସ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ତାଙ୍କ ପରିଚୟ ମିଳିପାରିନାହିଁ। ପୂର୍ବାହ୍ନରେ ଦାମନଯୋଡ଼ି ଇଣ୍ଟେକ ରାସ୍ତାରେ ଥିବା କୋଲାବ ଜଳଭଣ୍ଡାରକୁ ଚଉଗାଁ ଗ୍ରାମର କେତେ ଜଣ ଯୁବକ ଶୌଚ ହେବା ପାଇଁ ଯାଇଥିଲେ। ଏହି ସମୟରେ ପାଣିରେ ଏକ ମୃତଦେହ ଭାସୁଥିବା ଦେଖି ସେମାନେ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ସେମିଳିଗୁଡ଼ା ଅଗ୍ନିଶମ କର୍ମଚାରୀ ପହଞ୍ଚି ଯୁବକମାନଙ୍କ ସହାୟତାରେ ମୃତଦେହକୁ ପାଣିରୁ ଉଦ୍ଧାର କରିଥିଲେ। ସୁନାବେଡ଼ା ଏସ୍‌ଆଇ ନିଳାଦ୍ରୀ କହଁର,ଏଏସ୍‌ଆଇ କିଶୋର ଚନ୍ଦ୍ର ବେହେରା ଏବଂ ହାବିଲଦାର ପ୍ରମୋଦ ଦଣ୍ଡସେନା ପହଞ୍ଚି ମୃତଦେହ ଜବତ କରି କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲକୁ ପଠାଇଥିଲେ। ଏନେଇ ସୁନାବେଡ଼ା ଥାନାରେ କେସ୍‌ ନଂ. ୧୩/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ସମ୍ପୃକ୍ତ ଯୁବକଙ୍କ ବୟସ ୩୦ରୁ ୪୦ ଭିତରେ ହେବ ବୋଲି ଅନୁମାନ କରାଯାଉଛି। ତେବେ ପରିଚୟ ଜାଣିବା ଲାଗି ପୋଲିସ ଆଖପାଖ ଅଞ୍ଚଳର ଯୁବକମାନଙ୍କୁ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?